ନବ ଦାସ ପ୍ରସଙ୍ଗ ବିରୋଧୀଙ୍କ ଅସ୍ତ୍ର

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ। ପ୍ରଥମ ଦିବସର ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ଫେବୃୟାରୀ ୨୪ରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ। ତେବେ ଏହି ଅଧିବେଶନ ଗତ ଅଧିବେଶନ ତୁଳନାରେ ଅଧିକ ସରଗରମ ହେବା ସମ୍ଭାବନା ରହିଛି। ରାଜ୍ୟର ଜଣେ କ୍ୟାବିନେଟ୍‌ ମନ୍ତ୍ରୀଙ୍କୁ ପୋଲିସ ଅଧିକାରୀ ଗୁଳିକରି ହତ୍ୟା କରିବା ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣାର ତଦନ୍ତ କରିବାକୁ ରାଜ୍ୟ ସରକାର କ୍ରାଇମ୍‌ବ୍ରାଞ୍ଚକୁ ଦାୟିତ୍ୱ ଦେଇଛନ୍ତି। ଏଥିସହିତ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ ଚାଲିଛି। ହତ୍ୟାକାଣ୍ଡ ପଛର ପ୍ରକୃତ କାରଣ କ’ଣ ଏବେ ବି ତାହା ଅସମାହିତ ହୋଇ ରହିଛି। କ୍ରାଇମ୍‌ବ୍ରାଞ୍ଚ ତଦନ୍ତରେ ବିରୋଧୀ ଭାଜପା ଓ କଂଗ୍ରେସ ସନ୍ତୁଷ୍ଟ ନୁହନ୍ତି। ଏହାକୁ ନେଇ ଉଭୟ ଦଳ ସରକାରଙ୍କୁ ଆକ୍ରମଣ ଜାରି ରଖିଛନ୍ତି। ଏହି ପ୍ରସଙ୍ଗକୁ ନେଇ ଚଳିତ ବିଧାନସଭାରେ ବିରୋଧୀ ଆକ୍ରମଣକୁ ଆହୁରି ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି, ରାଜ୍ୟରେ ହତ୍ୟା, ଅପହରଣ, ବଳାତ୍କାର, ନାରୀ ନିର୍ଯାତନା ବଢ଼ିଚାଲିଛି। ବିଧାନସଭାରେ ଦଳ ପକ୍ଷରୁ ଏହାକୁ ମୁଖ୍ୟ ପ୍ରସଙ୍ଗ କରାଯିବ। ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ୨୩ ଦିନ ବିତିଯାଇଥିଲେ ସୁଦ୍ଧା ପ୍ରକୃତ ଷଡ଼ଯନ୍ତ୍ରକାରୀଙ୍କୁ ଧରିବାରେ କ୍ରାଇମ୍‌ବ୍ରାଞ୍ଚ ବିଫଳ ହୋଇଛି। ଓଡ଼ିଶାର ଲୋକମାନେ ନ୍ୟାୟ ପାଇବା ପାଇଁ ତ୍ରାହି ତ୍ରାହି ଡାକୁଛନ୍ତି। ଏ ନେଇ ସରକାରଙ୍କଠାରୁ କୈଫିୟତ ତଲବ କରାଯିବ। ଏଥିସହିତ ଚାଉଳ ହଡ଼ପ, ପ୍ରଧାନ ମନ୍ତ୍ରୀ ଆବାସ, ଧାନମଣ୍ଡି, ଏମ୍‌ଏସ୍‌ପି, ସ୍ବାସ୍ଥ୍ୟସେବା, ବେକାରି, ଦାଦନ ସମସ୍ୟା, ପ୍ରାଥମିକ ଶିକ୍ଷା ଆଦି ସମସ୍ୟାକୁ ନେଇ ସରକାରଙ୍କଠାରୁ କୈଫିୟତ ତଲବ କରାଯିବ ବୋଲି ସେ କହିଛନ୍ତି। ଏଥିସହ ଭାଜପା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକା ଦାଶଙ୍କ ପ୍ରସଙ୍ଗ ଉଠାଇବ। ନିକଟରେ ସୋମାଲିକା ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କୁ ଭେଟି ଏହି ପ୍ରସଙ୍ଗ ଉଠାଇବାକୁ ଅନୁରୋଧ କରିଛନ୍ତି। ତେବେ ମହିଳା ପୋଲିସ ଅଧିକାରୀଙ୍କୁ ଧକ୍କା ମାରିବା ପ୍ରସଙ୍ଗକୁ ନେଇ ଭାଜପା ଅଡୁଆରେ ପଡ଼ିଛି। ଶାସକ ଦଳ ଏହି ପ୍ରସଙ୍ଗରେ ବିରୋଧୀ ଦଳ ନେତାଙ୍କୁ ଟାର୍ଗେଟ୍‌ କରିଛି। ବିଧାନସଭାରେ ଦଳକୁ ବିଜେଡିର କଡ଼ା ବିରୋଧର ସମ୍ମୁଖୀନ ହେବାକୁ ପଡ଼ିବ।
ଅନ୍ୟପକ୍ଷରେ କଂଗ୍ରେସ ମଧ୍ୟ ଆଇନଶୃଙ୍ଖଳାକୁ ବିଧାନସଭାରେ ମୁଖ୍ୟ ଅସ୍ତ୍ର କରିବାକୁ ରଣନୀତି ପ୍ରସ୍ତୁତ କରିଛି। ମଙ୍ଗଳବାର ପୂର୍ବାହ୍ନରେ କଂଗ୍ରେସ ବିଧାୟକ ଦଳରେ ଏ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଏହି ଘଟଣାର ତଦନ୍ତ ବାଟବଣା ହେଉଥିବା ନେଇ କଂଗ୍ରେସ ଅଭିଯୋଗ କରିଛି। ହତ୍ୟାକାଣ୍ଡ ପଛରେ ବହୁ ନେତା ଓ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ କରିବା ସହ ଦଳ କ୍ରାଇମ୍‌ବ୍ରାଞ୍ଚ ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛି। ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ମାର୍ଚ୍ଚ ୧୩ରେ ରାଜଭବନ ସମ୍ମୁଖରେ ଆନ୍ଦୋଳନ କରିବା ନେଇ ନିଷ୍ପତ୍ତି ନେଇଛି। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଆସନ୍ତା ଅଧିବେଶନରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହେବ ଦଳର ମୁଖ୍ୟ ପ୍ରସଙ୍ଗ। ରାଜ୍ୟରେ ଆଇନର ଶାସନ ନାହିଁ। ଜଙ୍ଗଲି ଶାସନ ଚାଲିଛି। କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରସଙ୍ଗର ୧ ନମ୍ବରରେ ରହିଛି। ଏଥିସହିତ ଚାଷୀମାନଙ୍କ ଅଭାବୀ ଧାନ ବିକ୍ରି , ବେକାରି ସମସ୍ୟା, ଦରଦାମ୍‌ ବୃଦ୍ଧି, ମହିଳା ନିର୍ଯାତନା, ସ୍ବାସ୍ଥ୍ୟ ଓ ଶିକ୍ଷା ଭଳି ମୌଳିକ ସମସ୍ୟା ଆଦି ପ୍ରସଙ୍ଗ ଉଠିବ। ରାଜ୍ୟରେ ଚାଷୀମାନେ ଅଧା ଧାନ ବିକ୍ରି କରିପାରିନାହାନ୍ତି। ବେକାରି ସମସ୍ୟା ଉତ୍କଟସ୍ତରରେ ରହିଛି। ବଲାଙ୍ଗୀର ଜିଲାରୁ ହଜାର ହଜାର ଲୋକ ଦାଦନ ଖଟିବାକୁ ଯାଉଛନ୍ତି। ସ୍କୁଲ୍‌ କଲେଜରେ ଶିକ୍ଷକ ନାହାନ୍ତି। ଡାକ୍ତରଖାନାରେ ଡାକ୍ତର ନାହାନ୍ତି। ରାଜ୍ୟ ସରକାର ବିଭିନ୍ନ ସମୟରେ ବିଧାନସଭାରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିନାହାନ୍ତି। ଏ ନେଇ ସରକାରଙ୍କଠାରୁ ଜବାବ ମଗାଯିବ ବୋଲି ସେ କହିଛନ୍ତି।
ବିରୋଧୀଙ୍କୁ ମୁକାବିଲା କରିବାକୁ ଶାସକ ଦଳ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛି। ମଙ୍ଗଳବାର ପୂର୍ବାହ୍ନରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଏଥିରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ତେବେ ଭାଜପାକୁ ଘେରିବା ପାଇଁ ଶାସକ ଦଳ ମହିଳା ପୋଲିସ ଅଧିକାରୀଙ୍କୁ ଧକ୍କା ମାରିବା ଘଟଣାକୁ ପ୍ରସଙ୍ଗ କରିବା ନେଇ ସୂଚନା ମିଳିଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କୁ ଶାସକ ବିଜେଡି ଟାର୍ଗେଟ କରିଛି। ତାଙ୍କର ଇସ୍ତଫା ଦାବିକରି ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷୋଭ ଜାରି ରଖିଛି। ବିଧାନସଭାରେ ମଧ୍ୟ ଏହି ପ୍ରସଙ୍ଗ ଉଠାଇ ଭାଜପାକୁ ଶାଣିତ ଆକ୍ରମଣ କରିବା ଯୋଜନାରେ ବିଜେଡି ରହିଛି। ତେବେ ଆସନ୍ତା ଅଧିବେଶନ ବେଶ୍‌ ସରଗରମ ହେବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri