Posted inଜାତୀୟ

ସ୍କୁଲ ପୋଷାକ ପିନ୍ଧି ବିଧାନସଭା ଆସିଲେ

ପୁଡୁଚେରି,୪।୨: ପୁଡୁଚେରିକୁ ରାଜ୍ୟ ମାନ୍ୟତା ଦେବା ଲାଗି ବିଧାନସଭାରେ ପ୍ରସ୍ତାବ ଗୃହୀତ କରାଇବାକୁ ସରକାର ରାଜି ହେଉ ନ ଥିବାରୁ ଏହାର ପ୍ରତିବାଦରେ ବିରୋଧୀ ଡିଏମ୍‌କେ ଏବଂ କଂଗ୍ରେସ ବିଧାୟକମାନେ ସ୍କୁଲ ପୋଷାକ ପିନ୍ଧି ସାଇକେଲରେ ବିଧାନସଭା ଆସିଥିଲେ। ଶୁକ୍ରବାର ଏଭଳି ଅଭିନବ ପ୍ରତିବାଦ ଦେଖିବାକୁ ମିଳିଥିଲା। ସରକାର ତୁରନ୍ତ ରାଜ୍ୟ ମାନ୍ୟତା ଦାବିରେ ଗୃହରେ ପ୍ରସ୍ତାବ ଆଣିବା ସହ ଏହାକୁ ଗୃହୀତ କରାନ୍ତୁ ବୋଲି ବିରୋଧୀ ସଦସ୍ୟମାନେ ଦାବି କରିଥିଲେ। ପ୍ରସ୍ତାବ ଉପରେ ଆଲୋଚନା କରି ଗୃହୀତ କରାଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିରୋଧୀ ଦଳ ନେତା ଆର୍‌. ଶିବ କହିଥିଲେ। ମୁଖ୍ୟମନ୍ତ୍ରୀ ବିଭିନ୍ନ ଅସୁବିଧା କଥା ଦର୍ଶାଇ ରାଜ୍ୟ ମାନ୍ୟତା ଜରୁରୀ ବୋଲି କହୁଛନ୍ତି। ଅନ୍ୟପକ୍ଷେ ରାଜ୍ୟ ହୋଇଥିଲେ ଯେଉଁ ସୁବିଧା ମିଳିଥାନ୍ତା, ଏବେ କେନ୍ଦ୍ରଶାସିତ ଅଞ୍ଚଳ ହୋଇ ସେହିସବୁ ସୁବିଧା ପାଉଛି ବୋଲି ଉପରାଜ୍ୟପାଳ କହୁଛନ୍ତି। କେଉଁଟା ସତ ତାହା ଗୃହରେ ଆଲୋଚନା ମାଧ୍ୟମରେ ସ୍ପଷ୍ଟ ହେବା ଆବଶ୍ୟକ ବୋଲି ବିରୋଧୀ ଦଳ ନେତା କହିଥିଲେ। ପ୍ରଶାସନ ଏବଂ ଅମଲାମାନଙ୍କ ହାତରେ ପ୍ରକୃତ କ୍ଷମତା ରହିଛି। ସେମାନେ ମୁଖ୍ୟମନ୍ତ୍ରୀଙ୍କ ବିନା ଜ୍ଞାତସାରରେ ଅନେକ ନିଷ୍ପତ୍ତି ନେଉଛନ୍ତି। ଏପରିକି ପୁଡୁଚେରିର ସାଧାରଣ ସେବା ଅଧିକାରୀମାନଙ୍କୁ ବଦଳି କରିବା କ୍ଷମତା ନିର୍ବାଚିତ ସରକାରଙ୍କର ନାହିଁ ବୋଲି ଡିଏମ୍‌କେ ବିଧାୟକମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ଗଠବନ୍ଧନ ବୈଠକ ସ୍ଥଗିତ, ମମତା-ନୀତୀଶ-ଅଖିଲେଶ ଯୋଗ ଦେବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧୨: ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଦଳ ଇଣ୍ଡିଆ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏହି ବୈଠକ ଡିସେମ୍ବର ୬...

”ସେମାନେ ଅହଂକାର, ମିଛ, ନିରାଶା ଏବଂ ଅଜ୍ଞତାକୁ ନେଇ ଖୁସି ହେବା ଉଚିତ୍”, ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୨: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମାପ୍ତ ହୋଇଛି। ହିନ୍ଦୀ ହାର୍ଟଲ୍ୟାଣ୍ଡକୁ ଭାଜପା ସମ୍ପୂର୍ଣ୍ଣ ଭାବେ କବଜା କରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ...

ରେଭନ୍ଥ ରେଡ୍ଡୀ ହେବେ ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ, ବୁଧବାର ନେଇପାରନ୍ତି ଶପଥ

ହାଇଦ୍ରାବାଦ, ୫।୧୨: ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ରାଜ୍ୟ କଂଗ୍ରେସ ସଭାପତି ରେଭନ୍ଥ ରେଡ୍ଡୀ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି...

‘ଇଣ୍ଡିଆ’ ମେଣ୍ଟରେ ଫାଟ! ବୈଠକରେ ଯୋଗଦେବେନି ଅଖିଳେଶ

ନୂଆଦିଲ୍ଲୀ,୫।୧୨: ଡିସେମ୍ବର ୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଫାଟ ସୃଷ୍ଟି ହୋଇଛି। ଏହି ବୈଠକରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ...

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ବଡ଼ ସୁବିଧା ଦେବେ ସରକାର

ନୂଆଦିଲ୍ଲୀ,୫।୧୨: ସଡ଼କ ଦୁର୍ଘଟଣାରେ ଅଧିକାଂଶ ମୃତ୍ୟୁ ଚିକିତ୍ସାରେ ବିଳମ୍ବ ହେତୁ ଘଟିଥାଏ। ଏହି ଗମ୍ଭୀର ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଶୀଘ୍ର ସଡ଼କ ଦୁର୍ଘଟଣା ମାମଲାରେ...

ସ୍ଥଳଭାଗ ମୁହାଁ ବାତ୍ୟା ‘ମିଗ୍‌ଜୋମ’: ନେଲୋର-ମଚ୍ଛଲିପଟନମ୍‌ ଦେଇ କରିବ ଅତିକ୍ରମ

ଚେନ୍ନାଇ,୫।୧୨: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ...

ମୁଖ୍ୟ ଦାବିଦାର ରେଭନ୍ଥ ରେଡ୍ଡୀ

ହାଇଦ୍ରାବାଦ,୫ା୧୨: ତେଲଙ୍ଗାନାର ଦ୍ୱିତୀୟ ବିଧାନସଭାର କାର୍ଯ୍ୟକାଳ ଶେଷ ହେବା ପରେ ତୃତୀୟ ବିଧାନସଭା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ୍‌ ସୋମବାର ବିଧାନସଭାକୁ...

ମହୁଆଙ୍କୁ ବହିଷ୍କାର ନିଷ୍ପତ୍ତି ପୂର୍ବରୁ ଆଲୋଚନା ହେଉ

ନୂଆଦିଲ୍ଲୀ,୫ା୧୨(ପି.ଟି.): ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମ୍‌ସି ଏମ୍‌ପି ମହୁଆ ମୋଇତ୍ରଙ୍କୁ ଲୋକ ସଭାରୁ ବହିଷ୍କାର କରିବା ଲାଗି ଏଥିକ୍ସ କମିଟି ସୁପାରିସ୍‌ କରିଥିଲା। ଉକ୍ତ ରିପୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri