Posted inଜାତୀୟ

ମଧ୍ୟପ୍ରଦେଶ-ଛତିଶଗଡ଼-ତେଲେଙ୍ଗାନା ବିଧାନସଭା ନିର୍ବାଚନ: ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୧୫।୧୦: ମଧ୍ୟପ୍ରଦେଶ, ଛତିଶଗଡ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ମଧ୍ୟପ୍ରଦେଶରେ ୧୪୪ ଜଣ, ଛତିଶଗଡରେ ୩୦ ଜଣ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନରେ ୫୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ତେବେ ପୂର୍ବରୁ ନବରାତ୍ର ଆରମ୍ଭର ପ୍ରଥମ ଦିନରେ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିବ ବୋଲି କଂଗ୍ରେସ ପୂର୍ବରୁ ସୂଚନା ଦେଇଥିଲା।

ମଧ୍ୟପ୍ରଦେଶ ବିଧାନସଭାରେ ୨୩୦ ଟି ବିଧାନସଭା ଆସନ ରହିଛି। କଂଗ୍ରେସର ତାଲିକା ଅନୁଯାୟୀ ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥ ତାଙ୍କ ବର୍ତ୍ତମାନର ଆସନ ଚିନ୍ଦୱାରାରୁ ନିର୍ବାଚନ ଲଢ଼ିବେ। ଏହାଛଡ଼ା ବିଧାନସଭାରେ ବିରୋଧୀ ଦଳର ନେତା ଗୋବିନ୍ଦ ସିଂଙ୍କୁ ଲାହରରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକା ଶେୟାର କରି ମଧ୍ୟପ୍ରଦେଶ କଂଗ୍ରେସ ପକ୍ଷରୁ ଏକ୍ସ(ପୂର୍ବରୁ ଟୁଇଟର)ରେ ଲେଖାଯାଇଛି ଯେ, ବହୁମତରେ ବିଜୟ ପାଇଁ ସମସ୍ତଙ୍କୁ ଅଗ୍ରିମ ଅଭିନନ୍ଦନ ଓ ଶୁଭେଚ୍ଛା। ବଢ଼ାନ୍ତୁ ହାତ, ପୁଣି କମଳନାଥ।’

ଛତିଶଗଡ ପ୍ରାର୍ଥୀଙ୍କ ପ୍ରଥମ ତାଲିକାରେ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲ ବର୍ତ୍ତମାନର ବିଧାନସଭା ଆସନ ପାଟନରୁ ଭାଗ୍ୟ ପରୀକ୍ଷା କରିବେ। ଏଥି ସହିତ ରାଜ୍ୟ ଡେପୁଟି ସିଏମ୍‌ ଟି ଏସ୍‌ ସିଂଦେବ ଅମ୍ବିକାପୁରରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଛତିଶଗଡରେ ୯୦ ଟି ବିଧାନସଭା ଆସନ ଅଛି। ସେହିଭଳି କଂଗ୍ରେସ ତେଲେଙ୍ଗାନା ପ୍ରଦେଶ କଂଗ୍ରେସ କମିଟି ସଭାପତି ଏ ରେଭାନ୍ତ ରେଡ୍ଡୀଙ୍କୁ କୋଡାଙ୍ଗାଲ ବିଧାନସଭା ଆସନରୁ ସ୍ଥାନ ଦେଇଛି। ତେଲେଙ୍ଗାନାରେ ୪୦ ଟି ବିଧାନସଭା ଆସନ ଅଛି।

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ କଂଗ୍ରେସ ଜଣେ ଜଣେ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ଦେଇଛି। ଏଥି ସହ ତେଲେଙ୍ଗାନାରେ ୩ ମୁସଲମାନ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହିପରି ଭାବରେ, ତିନିଟି ରାଜ୍ୟରୁ ଘୋଷିତ ୨୨୯ ପ୍ରାର୍ଥୀଙ୍କ ତାଲିକାରେ କେବଳ ପାଞ୍ଚ ଜଣ ମୁସଲମାନ ପ୍ରାର୍ଥୀଙ୍କ ନାମ ଅଛି, ଯାହା ପ୍ରାୟ ଦୁଇ ପ୍ରତିଶତ ଅଟେ।

ପ୍ରକାଶ ଯେ, ମଧ୍ୟପ୍ରଦେଶର ସମସ୍ତ ୨୩୦ ବିଧାନସଭା ଆସନରେ ନଭେମ୍ବର ୧୭ ରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଅନୁଷ୍ଠିତ ହେବ। ଏଥି ସହିତ ଛତିଶଗଡର ୯୦ ସିଟ ପାଇଁ ଦୁଇଟି ପର୍ଯ୍ୟାୟରେ ଭୋଟ ୭ ଏବଂ ୧୭ ନଭେମ୍ବରରେ ଅନୁଷ୍ଠିତ ହେବ। ତେଲେଙ୍ଗାନାର ସମସ୍ତ ୧୧୯ ଆସନ ପାଇଁ ୩୦ ନଭେମ୍ବରରେ ଭୋଟ ଅନୁଷ୍ଠିତ ହେବ। ଡିସେମ୍ବର ୩ରେ ସମସ୍ତ ରାଜ୍ୟର ର୍ନିବାଚନ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?