ଓଡ଼ିଶା ସହିତ ଏହି ରାଜ୍ୟରେ ଚାଲିଛି ବିଧାନସଭା ଭୋଟ ଗଣତି

ନୂଆଦିଲ୍ଲୀ,୪୬: ଓଡ଼ିଶା ସହିତ ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରେ ଆରମ୍ଭ ହୋଇଛି ବିଧାନସଭା ନିର୍ବାଚନ ଭୋଟ ଗଣତି| ୧୪୭ ଆସନ ବିଶିଷ୍ଟ ଓଡ଼ିଶା ବିଧାନସଭା ପାଇଁ ମେ ୧୩ ତାରିଖରୁ ଜୁନ୍ ୧ ତାରିଖ ମଧ୍ୟରେ ୪ଟି ପଯର୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା| ବିଧାନସଭା ସହିତ ଲୋକସଭା ପାଇଁ ମିଳିତ ଭାବେ ମତଦାନ କରିଥିଲେ ଭୋଟର| ୨୪ ବର୍ଷ ଧରି ଶାସନ କରିଆସୁଥିବା ବିଜୁ ଜନତା ଦଳ ପୁଣିଥରେ ଶାସନ କରିବା ନେଇ ଆଶା ପ୍ରକଟ କରିଛି| ବିଜୁ ଜନତା ଦଳ ସମସ୍ତ ୧୪୭ ଆସନରେ ପ୍ରାର୍ଥୀ ଦେଇଥିବା ବେଳେ ଭାଜପା ୧୪୭ ଏବଂ କଂଗ୍ରେସ ୧୪୫ ଆସନରେ ପ୍ରାର୍ଥୀ ଦେଇଥିଲା|

ସେହିପରି ଆନ୍ଧ୍ର ପ୍ରଦେଶ ବିଧାନସଭା ପାଇଁ ମେ ୧୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା| ଏହା ସହିତ ଲୋକସଭା ପାଇଁ ମିଳିତ ଭାବେ ନିର୍ବାଚନ ମଧ୍ୟ ହୋଇଥିଲା| ଆନ୍ଧ୍ରରେ ବର୍ତ୍ତମାନ ଶାସନରେ ଥିବା ଓ୍ୱାଇଏସ୍ଆର କଂଗ୍ରେସ ପୁଣିଥରେ ରାଜ୍ୟରେ ବାଜିମାତ୍ କରିବା ନେଇ ଆଶା କରିଛି| ଓ୍ୱାଇଏସ୍ଆର କଂଗ୍ରେସ ସମସ୍ତ ୧୭୫ ଆସନ ପାଇଁ ନିର୍ବାଚନ ଲଢ଼ିଥିବା ବେଳେ ପ୍ରତିପକ୍ଷ ଦଳ ଟିଡିପି ୧୪୪ଟି ଆସନରେ ନିର୍ବାଚନ ଲଢ଼ିଥିଲା | ସେହିପରି ଅଭିନେତା ପଓ୍ୱନ କଲ୍ୟାଣଙ୍କ ଜନ ସେନା ପାର୍ଟି ୨୧ଟି ଆସନରେ ଏବଂ ଭାଜପା ୧୦ଟି ଆସନରେ ନିର୍ବାଚନ ଲଢ଼ିଥିଲା| ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଓ୍ୱାଇଏସ୍ ଜଗନ ମୋହନ ରେଡ୍ଡିଙ୍କ ସମେତ ଟିଡିପି ମୁଖ୍ୟ ଏନ୍ ଚନ୍ଦ୍ରବାବୁ ନାଇଡ଼ୁ ଏବଂ ଜେଏସ୍ପି ମୁଖ୍ୟ ପଓ୍ୱନ କଲ୍ୟାଣ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିଲେ|


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri