Posted inଜାତୀୟ

୫ ରାଜ୍ୟରେ ବିଧାନସଭା ନିର୍ବାଚନ: ଫେବୃୟାରୀରେ ହୋଇପାରେ ତାରିଖ ଘୋଷଣା !

ନୂଆଦିଲ୍ଲୀ,୧୦।୧: ଆଗକୁ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ନିର୍ବାଚନ ଆୟୋଗ ଫେବୃୟାରୀରେ ତାରିଖ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ୧୫ ଜାନୁୟାରୀରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବା ପରେ ଏଭଳି କରାଯିବାର ଯୋଜନା ରହିଛି। ମେ’ରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ଏପ୍ରିଲ୍‌ ସୁଦ୍ଧା ବିଧାନସଭା ନିର୍ବାଚନ ଶେଷ କରିବାକୁ ନିର୍ବାଚନ ଆୟୋଗ ଯୋଜନା କରିଛନ୍ତି। ତାମିଲନାଡୁ, ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀ ଏବଂ କେରଳରେ ନିର୍ବାଚନ କରାଯିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା କୁହାଯାଉଛି। ବିଧାନସଭାରେ ୨୩୪ ଆସନ ଥିବାବେଳେ ପଶ୍ଚିମବଙ୍ଗ ବିଧାନସଭାରେ ୨୯୪ ଆସନ ରହିଛି। ସେହିପରି ଆସାମ ବିଧାନସଭାରେ ୧୨୬, ପୁଡୁଚେରୀରେ ୩୦ ଏବଂ କେରଳରେ ୧୪୦ ଆସନ ରହିଛି। ତାମିଲନାଡୁ ସରକାରଙ୍କ କାର୍ଯ୍ୟକାଳ ୨୦୨୧ ମେ ୨୪ରେ ଶେଷ ହେଉଥିବାବେଳେ ପଶ୍ଚିମବଙ୍ଗ ସରକାରଙ୍କ କାର୍ଯ୍ୟକାଳ ମେ ୩୦ରେ ଏବଂ ଆସାମ ସରକାରଙ୍କ କାର୍ଯ୍ୟକାଳ ୩୧ ମେ ରେ ଶେଷ ହେଉଛି। ପୁଡୁଚେରି ସରକାରଙ୍କ କାର୍ଯ୍ୟକାଳ ଜୁନ୍‌ ୮ ଏବଂ କେରଳ ସରକାରଙ୍କ କାର୍ଯ୍ୟକାଳ ଜୁନ୍‌ ୧ରେ ଶେଷ ହେଉଛି। ଏହା ପୂର୍ବରୁ ଏସବୁ ରାଜ୍ୟରେ ନିର୍ବାଚନ କରାଯିବାର ଯୋଜନା କରାଯାଉଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri