Posted inଜାତୀୟ

୫ ରାଜ୍ୟରେ ବିଧାନସଭା ନିର୍ବାଚନ…

ନୂଆଦିଲ୍ଲୀ, ୮।୧: ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଫେବୃୟାରୀ ୧୦ରେ ନିର୍ବାଚନ ଆରମ୍ଭ ହୋଇ ମାର୍ଚ୍ଚ ୭ରେ ଶେଷ ହେବ।

ନୂଆ କରୋନା ମାର୍ଗଦର୍ଶିକା ପାଳନ କରି ନିର୍ବାଚନ ଅନୁଷ୍ଠିତ କରାଯିବ। କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ନିର୍ବାଚନ କରାଇବା ଅତ୍ୟନ୍ତ ଆହ୍ବାନମୂଳକ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା କହିଛନ୍ତି। ମୋଟ ୫ ରାଜ୍ୟର ୬୯୦ ବିଧାନସଭା ଆସନ ପାଇଁ ୧୮ କୋଟି ୩୪ ଲକ୍ଷରୁ ଅଧିକ ଭୋଟର ମତଦାନ କରିବେ। ସେଥିମଧ୍ୟରେ ଉତ୍ତରପ୍ରଦେଶର ୪୦୩, ପଞ୍ଜାବର ୧୧୭, ଉତ୍ତରାଖଣ୍ଡର ୭୦, ଗୋଆର ୪୦ ଏବଂ ମଣିପୁରର ୬୦ ଆସନ ପାଇଁ ମତଦାନ କରାଯିବ। ନିର୍ବାଚନରେ ନିୟୋଜିତ ସମସ୍ତ କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ ବୋଲି ସୁଶୀଲ ଚନ୍ଦ୍ରା କହିଛନ୍ତି। ପ୍ରାର୍ଥୀମାନେ ଅନ୍‌ଲାଇନ୍‌ରେ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିପାରିବେ ବୋଲି ନିର୍ବାଚନ କମିଶନର କହିଛନ୍ତି।

ନିର୍ବାଚନ ପ୍ରଚାର ଭର୍ଚୁଆଲ୍‌ ମାଧ୍ୟମରେ କରାଯିବା ସହିତ କରୋନା ମାର୍ଗଦର୍ଶିକା ପାଳନକୁ କଡ଼ାକଡ଼ି କରାଯିବ। ଜାନୁୟାରୀ ୧୫ ପର୍ଯ୍ୟନ୍ତ କୌଣସି ରାଲିକୁ ଅନୁମତି ପ୍ରଦାନ କରାଯିବ ନାହିଁ। ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ୪୦ ଲକ୍ଷ ଟଙ୍କା ରହିବ। ଗୋଆ, ପଞ୍ଜାବ, ଉତ୍ତରାଖଣ୍ଡରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଉତ୍ତରପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ୧୦ ଫେବୃୟାରୀ ଏବଂ ଦ୍ୱିତୀୟ ପର୍ଯ୍ୟାୟ ୧୪ ଫେବୃୟାରୀରେ ସମ୍ପନ୍ନ ହେବ।

ସେହିପରି ଫେବୃୟାରୀ ୨୦ରେ ତୃତୀୟ ପର୍ଯ୍ୟାୟ, ୨୩ ଫେବୃୟାରୀରେ ଚତୁର୍ଥ, ଫେବୃୟାରୀ ୨୭ରେ ପଞ୍ଚମ, ଷଷ୍ଠ ପର୍ଯ୍ୟାୟ ମାର୍ଚ୍ଚ ୩ରେ ଏବଂ ସପ୍ତମ ପର୍ଯ୍ୟାୟ ମାର୍ଚ୍ଚ ୭ରେ ସମ୍ପନ୍ନ ହେବ। ମଣିପୁରରେ ୨ଟି ପର୍ଯ୍ୟାୟରେ ମତଦାନ କରାଯିବ ବୋଲି ନିର୍ବାଚନ କମିଶନର ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?