Posted inଜାତୀୟ

ଲୋକ ସଭା ସହ ୪ ରାଜ୍ୟରେ ହେବ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୧୬।୩: ୨୦୨୪ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଦେଶର ସମସ୍ତ ୫୪୩ ଟି ଆସନ ପାଇଁ ଭୋଟ ଦେବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଲୋକ ସଭା ନିର୍ବାଚନ ସହିତ ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ। ଅରୁଣାଚଳ ପ୍ରଦେଶ, ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ସିକ୍କିମରେ ହେବାକୁ ଥିବା ବିଧାନସଭା ପାଇଁ ନିର୍ବାଚନ ତାରିଖ ପ୍ରକାଶ ପାଇଛି। ଲୋକ ସଭା ନିର୍ବାଚନ ସହିତ ଏଠାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି ଏବଂ ଏହାର ତାରିଖ ମଧ୍ୟ ପ୍ରକାଶ ପାଇଛି। ନିର୍ବାଚନ ଆୟୋଗର କାର୍ଯ୍ୟସୂଚୀ ଅନୁଯାୟୀ ସମସ୍ତ ରାଜ୍ୟର ଫଳାଫଳ ଏକାସାଙ୍ଗରେ ପ୍ରକାଶ ପାଇବ।
ଓଡ଼ିଶାରେ ବିଧାନସଭା ନିର୍ବାଚନ ଗୋଟିଏ ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ମେ ୧୬ ରେ ନିର୍ବାଚନ ବିଜ୍ଞପ୍ତି ଜାରି କରାଯିବ। ନାମାଙ୍କନପତ୍ରର ଶେଷ ତାରିଖ ୬ ମେ ହେବ। ମେ ୯ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରିବ। ମେ ୨୫ ରେ ମତଦାନ ହେବ। ଜୁନ ୪ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ୧୩ମେ ରେ ଆନ୍ଧ୍ରପ୍ରଦେଶରେ ମତଦାନ ଅନୁଷ୍ଠିତ ହେବ। ୧୯ ଏପ୍ରିଲରେ ସିକ୍କିମରେ ମତଦାନ ଅନୁଷ୍ଠିତ ହେବ। ୧୯ ଏପ୍ରିଲରେ ଅରୁଣାଚଳ ପ୍ରଦେଶରେ ମତଦାନ ଅନୁଷ୍ଠିତ ହେବ। ସମସ୍ତ ନିର୍ବାଚନର ଫଳାଫଳ ଜୁନ ୪ରେ ପ୍ରକାଶ ପାଇବ।
ଭୋଟ ତାରିଖ ଘୋଷଣା ହେବା ସହିତ ସାରା ଦେଶରେ ଆଚରଣ ବିଧି ମଧ୍ୟ କାର୍ଯ୍ୟକାରୀ ହୋଇଛି। ନିର୍ବାଚନର ଫଳାଫଳ ଘୋଷଣା ନହେବା ପର୍ଯ୍ୟନ୍ତ ଆଚରଣ ବିଧି ବଳବତ୍ତର ରହିବ। ଏହି ଅବଧି ମଧ୍ୟରେ ରାଜନୈତିକ ଦଳଗୁଡିକ ଉପରେ ଅନେକ ପ୍ରତିବନ୍ଧକ ରହିବ। ଏହି ଅବଧି ମଧ୍ୟରେ ସମ୍ପୃକ୍ତ ସରକାର ମଧ୍ୟ କୌଣସି ନୂତନ ଯୋଜନା ଘୋଷଣା କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri