ଆଜିଠୁ ବିଧାନସଭା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ):କୋଭିଡ୍‌ କଟକଣା ମଧ୍ୟରେ ଶୁକ୍ରବାର ଠାରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଗୃହ ପ୍ରତ୍ୟହ ଦୁଇଟି ପର୍ଯ୍ୟାୟରେ ୪ ଘଣ୍ଟା ଚାଲିବ। ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ପ୍ରଥମ ଦିବସରେ ଜାତୀୟ ସଙ୍ଗୀତ ଗାନ ପରେ ପରଲୋକଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ। ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଚଳିତ ଅଧିବେଶନ ଡିସେମ୍ବର ୩୧ ଯାଏ ଚାଲିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ବିଧାନସଭା ମୋଟ ୪୦ ଦିନ ହେବ। ୪୦କାର୍ଯ୍ୟ ଦିବସରୁ ୩୫ଟି ସରକାରୀ ଦିବସ ଥିବା ବେଳେ ୫ ବେସରକାରୀ ଦିବସ ରହିଛି। ନଭେମ୍ବର ୨୬ରୁ ଖର୍ଚ୍ଚଦାବି ଆଲୋଚନା ଆରମ୍ଭ ହେବ। ୨୯ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ ହେବ। ନଭେମ୍ବର ୩୦ରେ ରାସ ପୂର୍ଣ୍ଣିମା ଓ ଡିସେମ୍ବର ୨୫ରେ ବଡ଼ଦିନ ଲାଗି ବିଧାନସଭା ଅଧିବେଶନ ବନ୍ଦ ରହିବ। ତେବେ ରବିବାର ମଧ୍ୟ ଗୃହ କାର୍ଯ୍ୟ ଚାଲିବ। ତେବେ ଗୃହରେ କୌଣସି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ହେବ ନାହିଁ ବୋଲି ପୂର୍ବରୁ ଘୋଷଣା କରାଯାଇଛି। ଲିଖିତ ପ୍ରଶ୍ନର ଉତ୍ତର ସଦସ୍ୟମାନଙ୍କୁ ଇ-ମେଲ୍‌ ଯୋଗେ ଯୋଗାଇ ଦିଆଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପୂର୍ବରୁ ଘୋଷଣା କରିଛନ୍ତି।
ଏହି ଅଧିବେଶନରେ ସରକାର ବିଧାନସଭାରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହୀତ କରିବେ। ଗୃହରେ ୧୦ଟି ବିଲ ଆସିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ବିଧାନସଭା ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ମନ୍ତ୍ରୀ, ବିଧାୟକ, ବିଧାନସଭା କର୍ମଚାରୀ, ଖବରଦାତାମାନଙ୍କର କୋଭିଡ୍‌ ପରୀକ୍ଷା କରାଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ଗୃହକାର୍ଯ୍ୟ ଚାଲିବା ନେଇ ବାଚସ୍ପତି ସୂଚନା ଦେଇଛନ୍ତି। ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନରେ ଦୁଇଜଣ ନବ ନିର୍ବାଚିତ ବିଧାୟକ ସ୍ବରୂପ ଦାସ ଏବଂ ବିଜୟ ଶଙ୍କର ଦାସ ଚଳିତ ଅଧିବେଶନରେ ପ୍ରଥମ ଥର ଲାଗି ଯୋଗଦେବେ।
ଏଠାରେ ସୂଚନା ଯୋଗ୍ୟ, ଷୋଡ଼ଶ ବିଧାନସଭାର ପଞ୍ଚମ ଅଧିବେଶନ କୋଭିଡ୍‌ ମହାମାରୀ କଟକଣା ଯୋଗୁ ସୀମିତ ହୋଇଯାଇଛି। ଏହି ଅଧିବେଶନ ମାତ୍ର ୨୦ ଦିନ ହୋଇଥିବା ବେଳେ ଆହୁରି ୪୦ ଦିନ ଗୃହ କାର୍ଯ୍ୟ ବାକି ରହିଥିଲା। ଚଳିତ ଅଧିବେଶନରେ ଅବଶିଷ୍ଟ କାର୍ଯ୍ୟଦିବସକୁ ପୂରଣ କରାଯିବା ନେଇ ବିଜ୍ଞପ୍ତି ପ୍ରକଶିତ ହୋଇଛି। ଗତ ମୌସୁମୀ ଅଧିବେଶନ ୮ ଦିନ ପାଇଁ ବସିଥିଲା। ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଦିନକ ପୂର୍ବରୁ ଅର୍ଥାତ୍‌ ଅକ୍ଟୋବର ୬ରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri