ଆଜିଠୁ ବିଧାନସଭା

ଭୁବନେଶ୍ୱର,୧ା୯(ବ୍ୟୁରୋ):ବୁଧବାରଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ଯାଏ ଚାଲିବ। ଏହି ଅଧିବେଶନରେ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ ହୋଇଥିବା ବେଳେ ଗୋଟିଏ ଦିନ ଅର୍ଥାତ୍‌ ସେପ୍ଟେମ୍ବର ୩କୁ ବେସରକାରୀ ଦିବସ ପାଇଁ ଦିନ ଧାର୍ଯ୍ୟ ହୋଇଛି। ୫ ତାରିଖ ରବିବାର ପାଇଁ ଛୁଟି ରହିବ।
ଚଳିତଥର ମଧ୍ୟ କୋଭିଡ୍‌ ଗାଇଡ୍‌ଲାଇନ ମଧ୍ୟରେ ଗୃହ ପରିଚାଳିତ ହେବ। ବିଧାନସଭାକୁ ଆସୁଥିବା ସମସ୍ତ ଜନପ୍ରତିନିଧି, ସେମାନଙ୍କ ଡ୍ରାଇଭର, ବିଧାନସଭା କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧିମାନଙ୍କର କୋଭିଡ୍‌ ଟେଷ୍ଟ କରାଯାଇଛି। ଦୁଇଟି ସିଟିଂରେ (ସକାଳ ସାଢ଼େ ୧୦ରୁ ମଧ୍ୟାହ୍ନ ସାଢ଼େ ୧ଟା ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା) ଅଧିବେଶନ ଚାଲିବ। ପ୍ରମୁଖ ବିରୋଧୀ ଦଳ ଭାଜପାକୁ ମୁଲତବୀ ପ୍ରସ୍ତାବ ଆଣିବା ଲାଗି ୪ଦିନ ସମୟ ଦିଆଯାଇଥିବା ବେଳେ କଂଗ୍ରେସକୁ ୨ଦିନ ମିଳିଛି। ମରୁଡ଼ି, କୃଷକ ସମସ୍ୟା, ଦୁର୍ନୀତି, ଆଇନଶୃଙ୍ଖଳା, ବେକାରି ସମସ୍ୟା, ମାହାଙ୍ଗା ଡବଲ ମର୍ଡର ଭଳି ଘଟଣାକୁ ନେଇ ଗୃହ ସରଗରମ ହେବ ବୋଲି ସୂଚନା ମିଳିଛି। ଯେଉଁ ସଦସ୍ୟମାନେ ଗୃହକୁ ଆସି ପାରିବେ ନାହିଁ ସେମାନଙ୍କ ସକାଶେ ଭିଡିଓ କନ୍‌ଫରେନ୍ସିଂର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri