ଆଜିଠୁ ବିଧାନସଭା

ଭୁବନେଶ୍ୱର,୨2ା୯(ଅନିଲ ଦାସ)
ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ। ଏହା ପରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଆଗତ ହେବ। ସେପ୍ଟେମ୍ବର ୨୩ ଓ ୨୪ ତାରିଖ ବିଧାନସଭା ଛୁଟି ରହିବ। ୨୫ରୁ ୨୭ ତାରିଖ ଯାଏ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୨୮ ଓ ୩୦ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ହେବାକୁ ଥିବା ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ହେବ। ଅକ୍ଟୋବର ୧ ଓ ୨ ତାରିଖ ରବିବାର ଓ ଗାନ୍ଧୀ ଜୟନ୍ତୀ ପାଇଁ ବିଧାନସଭା ଛୁଟି ରହିବ। ଅକ୍ଟୋବର ୩ ତାରିଖରେ ପ୍ରଥମ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାରେ ଗୃହୀତ ହେବ। ଅକ୍ଟୋବର ୪ ତାରିଖରେ ବେସରକାରୀ କାର୍ଯ୍ୟଦିବସ ରହିଛି।
ଚଳିତ ଅଧିବେଶନ ସ୍ବଳ୍ପ ସମୟ ପାଇଁ ବସୁଥିଲେ ମଧ୍ୟ ଏହା ସରଗରମ ହେବ। ଚାଷୀ, ବେକାରି, ଆଇନଶୃଙ୍ଖଳା, ଶିକ୍ଷକ ସମସ୍ୟା, ଦୁର୍ନୀତି ଆଦି ବିଭିନ୍ନ ପ୍ରସଙ୍ଗରେ ବିରୋଧୀ ସରକାରଙ୍କ୍‌ୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। ତେବେ ବିରୋଧୀଙ୍କୁ କାଉଣ୍ଟର କରିବା ପାଇଁ ମଧ୍ୟ ଶାସକ ଦଳ ପ୍ରସ୍ତୁତ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ବିଧାନସଭା ପରିସରରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ଉଭୟ ବିରୋଧୀ ଓ ଶାସକ ଚୂଡ଼ାନ୍ତ ରଣନୀତି ପ୍ରସ୍ତୁତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri