ଆଜିଠାରୁ ବିଧାନସଭା: ୨୨ରେ ବଜେଟ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ। ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ଚିଠା ବଜେଟ ପ୍ରସ୍ତୁତ କରିଛନ୍ତି। ଫେବୃୟାରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। କୋଭିଡ୍‌ ମହାମାରୀ ଯୋଗୁ ରାଜ୍ୟର ରାଜସ୍ବ ଆଦାୟ ବହୁ ମାତ୍ରାରେ ପ୍ରଭାବିତ ହୋଇଛି। ଏହା ସତ୍ତ୍ୱେ ରାଜ୍ୟ ସରକାର ଆସନ୍ତା ବଜେଟର ଆକାରକୁ ଗତ ବଜେଟ ତୁଳନାରେ ପ୍ରାୟ ୧୩ ପ୍ରତିଶତ ବୃଦ୍ଧି କରିଛନ୍ତି। ଆସନ୍ତା ୨୨ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହାକୁ ଉପସ୍ଥାପନ କରିବେ। ୨୦୨୦-୨୧ ପାଇଁ ରାଜ୍ୟ ସରକାର ୧ ଲକ୍ଷ ୫୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଥିଲେ। ସେହିପରି ୧୧ ହଜାର ୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ମଧ୍ୟ ପ୍ରସ୍ତୁତ କରିଥିଲେ।
ଫେବୃୟାରୀ ୨୫ରୁ ୨୭ ଯାଏ ବଜେଟ ଉପରେ ଆଲୋଚନା ହେବ। ମାର୍ଚ୍ଚ ୧ରୁ ୧୧ ତାରିଖ ଯାଏ ଅଧିବେଶନ ବିରତ ରହିବ। ମାର୍ଚ୍ଚ ୧୨ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ। ସେହିଦିନ ବିଧାନସଭାରେ ସମସ୍ତ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ କରାଯିବ। ମାର୍ଚ୍ଚ ୧୫ରୁ ୨୭ ଯାଏ ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୧ରେ ବ୍ୟୟମଞ୍ଜୁରୀ ବିଲ୍‌ ଗୃହରେ ଆଗତ ହେବ। ଏହି ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟ ଦିବସ ରହିଛି। ଚଳିତ ଅଧିବେଶନ କୋଭିଡ୍‌ କଟକଣା ମଧ୍ୟରେ ହେବ । ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅପରାହ୍ନ ୬ଟା ଯାଏ ଚାଲିବ। ପ୍ରଶ୍ନକାଳ, ମୁଲତବୀ ଆଲୋଚନା ହେବାକୁ ଥିବାରୁ ବଜେଟ ଅଧିବେଶନ ବେଶ୍‌ ସରଗରମ ହେବ । କୋଟିଆ ନିର୍ବାଚନ ପ୍ରସଙ୍ଗ ସମେତ ଆଇନଶୃଙ୍ଖଳା, ଧାନର ଅଭାବୀ ବିକ୍ରି, ନୟାଗଡ଼ ପରୀ ମାମଲା ଭଳି ଅନେକ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?