ଆଜିଠାରୁ ବିଧାନସଭା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଷୋଡ଼ଶ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଅଧିବେଶନ ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୭ ତାରିଖ ଯାଏ ଚାଲିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ବିଧାନସଭା ବନ୍ଦ ରହିବ। ତେବେ ରବିବାର ଅକ୍ଟୋବର ୪ ତାରିଖରେ ଅଧିବେଶନ ଚାଲୁ ରହିବ। ଏହି ଅଧିବେଶନରେ ୮ କାର୍ଯ୍ୟ ଦିବସ ରହିଛି। ସେଥିରେ ୭ ସରକାରୀ କାର୍ଯ୍ୟ ଦିବସ ଥିବାବେଳେ ଗୋଟିଏ ଦିନ ବେସରକାରୀ କାର୍ଯ୍ୟ ଦିବସ ରହିଛି। ସ୍ବଳ୍ପ ଦିନ ପାଇଁ ବସୁଥିବା ଏହି ଅଧିବେଶନରେ କୌଣସି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ। ତେବେ ଗୃହର ସଦସ୍ୟମାନଙ୍କୁ ଅଣତାରକା ପ୍ରଶ୍ନର ଉତ୍ତର ଯୋଗାଇ ଦିଆଯିବ। ଏହି ଅଧିବେଶନରେ ୧୨ଟି ଅଧ୍ୟାଦେଶ ବିଧାନସଭାରେ ଉପସ୍ଥାପନ କରିବାକୁ ସରକାର ଯୋଜନା କରିଛନ୍ତି।
କରୋନା ମହାମାରୀକୁ ଦେଖି ମୌସୁମୀ ଅଧିବେଶନକୁ କାଟଛାଣ୍ଟ କରାଯାଇଛି। ଚଳିତ ବିଧାନସଭା ଅଧିବେଶନ ଦୁଇଦିନ ପୂର୍ବରୁ ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ୍‌ ଆର୍‌ଟିପିସିଆର ପରୀକ୍ଷା କରାଯାଇଛି। ଯେଉଁମାନଙ୍କର କରୋନା ନେଗେଟିଭ ବାହାରିଛି ସେମାନଙ୍କୁ ଗୃହକାର୍ଯ୍ୟରେ ଯୋଗଦେବାକୁ ଅନୁମତି ଦିଆଯିବ। ଯେଉଁମାନଙ୍କର ପଜିଟିଭ ହୋଇଛି ସେମାନଙ୍କୁ ବିଧାନସଭା ପରିସରକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ପରବର୍ତ୍ତୀ ୫ ଦିନ ପରେ ମଧ୍ୟ ପୁଣିଥରେ କୋଭିଡ ପରୀକ୍ଷା କରାଯିବ। ଆବଶ୍ୟକ ସ୍ଥଳେ ଅଧିବେଶନ ସମୟରେ ଆଣ୍ଟିଜେନ ଟେଷ୍ଟ କରାଯିବ। ଅଧିବେଶନ ଆରମ୍ଭର ଦୁଇଦିନ ପୂର୍ବରୁ ଏବଂ ଅଧିବେଶନ ଶେଷ ହେବା ଯାଏ ବିଧାୟକମାନେ ଗୃହ ସଂଗରୋଧରେ ରହିବେ। ଅନ୍ୟମାନଙ୍କ ସହ ମିଳାମିଶାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ବିଧାୟକମାନଙ୍କୁ ଫେସସିଲ୍ଡ ମାସ୍କ, ହ୍ୟାଣ୍ଡ ସାନିଟାଇଜର, ହ୍ୟାଣ୍ଡ ଗ୍ଲୋବ୍ସ ଯୋଗାଇ ଦିଆଯିବ।
ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଫେବୃୟାରୀ ୧୪ରୁ ଆରମ୍ଭ ହୋଇଥିବା ବଜେଟ ଅଧିବେଶନକୁ ଅଧାରୁ ବନ୍ଦ କରାଯାଇଥିଲା। ବିଧାନସଭା କର୍ମଚାରୀ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ବଜେଟ ଅଧିବେଶନ ଶେଷ ପର୍ଯ୍ୟାୟକୁ ବିଧାନସଭାରୁ ଲୋକସେବା କନ୍‌ଭେନ୍‌ସନ୍‌ ହଲକୁ ସ୍ଥାନାନ୍ତର କରାଯାଇଥିଲା। ମାର୍ଚ୍ଚ ୩୦ରେ ୪୦ ପ୍ରତିଶତ ସଦସ୍ୟଙ୍କୁ ନେଇ ଅଧଘଣ୍ଟିଆ ଅଧିବେଶନ ବସି ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ପାରିତ ହୋଇଥିଲା। ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ସ୍ଥଗିତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?