ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି ଅଧ୍ୟକ୍ଷ ତଥା ବିଧାୟକ ଲକ୍ଷ୍ମଣ ବାଗଙ୍କ ନେତୃତ୍ୱରେ ସଦସ୍ୟମାନେ ଗଞ୍ଜାମ ଜିଲାର ଆରାଧ୍ୟ ଦେବୀ ମା’ ତାରାତାରିଣୀଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରି ସମଗ୍ର ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରିଥିଲେ।

ଏହି ଗସ୍ତ କାଳରେ କମିଟି ସଦସ୍ୟମାନେ ମନ୍ଦିର ପରିସରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ଜିଲାପାଳ ଭି. କୀର୍ତ୍ତିଭାସନଙ୍କ ସହ ମନ୍ଦିରର ଆଗାମୀ ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଗୃହ କମିଟିରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଏବଂ ରାଉରକେଲା ବିଧାୟକ ଦୁର୍ଗାଚରଣ ତନ୍ତୀ ପ୍ରମୁଖ ସାମିଲ ଥିଲେ।

ଏହି ସମୟରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଛତ୍ରପୁର ଉପଜିଲାପାଳ ସୁବାଶିଷ ବରାଳ, ମନ୍ଦିର ନିର୍ବାହୀ ଅଧିକାରୀ ତଥା ତହସିଲଦାର ବିନୋଦ କୁମାର ବେହେରା, ଅତିରିକ୍ତ ତହସିଲଦାର କେ. ଦେବାଶିଷ ମହାପାତ୍ର, ଏସଡିପିଓ ସୁଜିତ କୁମାର ନାୟକ ଏବଂ ଥାନା ଅଧିକାରୀ କୁଳମଣି ସେଠୀଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?