ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିରେ ପହଞ୍ଚିଥିଲେ। କମିଟିର ଅଧ୍ୟକ୍ଷ ତଥା ଟିଟିଲାଗଡ ବିଧାୟକ ଲକ୍ଷ୍ମଣ ବାଗ୍, କମିଟି ସଦସ୍ୟ ମୋହନା ବିଧାୟକ ଦାସରଥି ଗମାଙ୍ଗ, ଆସିକା ବିଧାୟକ ସରୋଜ କୁମାର ପାଢ଼ୀ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ରଘୁନାଥପଲ୍ଲୀ ବିଧାୟକ ଦୁର୍ଗାଚରଣ ତନ୍ତୀ ଏବଂ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ପ୍ରମୁଖ  ସେଠାରେ ଥିବା ଉଷ୍ମ ପସ୍ରବଣ ଗରମପାଣି କୁଣ୍ଡରେ ବିରାଜିତ ମା’କନ୍ଧୁଣି ଦେବୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ।

ଗୃହକମିଟି ଗସ୍ତ ସମୟରେ ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର, ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକ ଏବଂ ପାଟପୁର ଥାନା ପୋଲିସ ଟିମ୍ ଉପସ୍ଥିତ ଥିଲେ। ଦର୍ଶନ ଓ ପୂଜାର୍ଚ୍ଚନା ପରେ ଗୃହକମିଟି ଅଧ୍ୟକ୍ଷ ଓ ସଦସ୍ୟ ବୃନ୍ଦ ଗଜପତି ଜିଲା ପାରଳାଖେମୁଣ୍ଡି ଗସ୍ତ କରିଥିଲେ। ତପ୍ତପାଣିରେ ସେଠାକାର ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ଭାବେ ପୂଜା ପାଉଥିବା ମା ‘ କନ୍ଧୁଣି ଦେବୀ ୧୨ କୋଟି ଟଙ୍କା ଅନୁଦାନ ରେ ନିର୍ମାଣ ହେବାକୁ ଥିବା ପର୍ଯ୍ୟଟନ କ୍ଷେତ୍ରର ପାରିପାର୍ଶ୍ଵିକ ଉନ୍ନୟନ ପ୍ରକଳ୍ପ ଗୁଡ଼ିକର  ଶିଳାନ୍ୟାସ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?