ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୨୨।୯(ଅନିଲ ଦାସ): ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଛି। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି।  ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା।

ସେପ୍ଟେମ୍ବର ୨୩ ଓ ୨୪ ତାରିଖ ବିଧାନସଭା ଛୁଟି ରହିବ। ୨୫ରୁ ୨୭ ତାରିଖ ଯାଏ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୨୮ ଓ ୩୦ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ହେବାକୁ ଥିବା ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ହେବ। ଅକ୍ଟୋବର ୧ ଓ ୨ ତାରିଖ ରବିବାର ଓ ଗାନ୍ଧୀ ଜୟନ୍ତୀ ପାଇଁ ବିଧାନସଭା ଛୁଟି ରହିବ। ଅକ୍ଟୋବର ୩ ତାରିଖରେ ପ୍ରଥମ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାରେ ଗୃହୀତ ହେବ। ଅକ୍ଟୋବର ୪ ତାରିଖରେ ବେସରକାରୀ କାର୍ଯ୍ୟଦିବସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri