ଚାଷୀଙ୍କୁ ନେଇ ବିଧାନସଭା ଘେରିଲା ଭାଜପା

ଭୁବନେଶ୍ୱର, ୩।୧୨(ବ୍ୟୁରୋ) : ଓଡ଼ିଶାର କୃଷକ ଓ କୃଷି ପ୍ରସଙ୍ଗରେ ଭାଜପାର ୧୫ଦିନ ଧରି ଚାଲିଥିବା ସତ୍ୟାଗ୍ରହ ଶୁକ୍ରବାର ଜୋର୍‌ଦାର ହୋଇଥିଲା। ଚାଷୀ ବିରୋଧୀ ରାଜ୍ୟ ସରକାରଙ୍କ ବିରୋଧରେ ହଜାର ହଜାର ଚାଷୀଙ୍କୁ ନେଇ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ସମାବେଶ କରିବା ସହ ବିଧାନସଭା ଘେରାଉ କରିଥିଲା। ଚାଷୀମାନେ ଗାନ୍ଧୀମାର୍ଗରେ ଟ୍ରାକ୍ଟର, ହଳ ଲଙ୍ଗଳ ଓ ଶଗଡ଼ ଧରି ନିଜର ଅସନ୍ତୋଷ ପ୍ରକାଶ କରିଥିଲେ। ମାଷ୍ଟରକ୍ୟାଣ୍ଟିନରୁ ବିକ୍ଷୋଭ ଶୋଭାଯାତ୍ରାରେ ବାହାରି ଲୋୟର ପିଏମ୍‌ଜିରେ ବିଧାନସଭା ଅଭିମୁଖେ ଯାଇ ନାନା ନାରାବାଜି ଦେଇଥିଲେ। ଭାଜପା ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ବିଧାୟକ ମୋହନ ଚରଣ ମାଝୀଙ୍କ ସମେତ ବହୁ ନେତୃବୃନ୍ଦ ଶାସକ ବିଜେଡି ଓ ମୁଖ୍ୟମନ୍ତ୍ରୀଙ୍କ ଚାଷୀ ବିରୋଧୀ ଆଭିମୁଖ୍ୟର କଡ଼ା ଜବାବ ରଖିଥିଲେ।
କହିଛନ୍ତି, କୃଷକଙ୍କ ପାଇଁ ୧୫ଦିନ ଧରି ରାଜରାସ୍ତାରେ ବସି ସତ୍ୟାଗ୍ରହ ଚଳାଇଥିଲା ଭାଜପା। ସେପଟେ ବିଧାୟକ ଦଳ ଉକ୍ତ ପ୍ରସଙ୍ଗରେ ଗୃହ ବର୍ଜନ କରି ଆନ୍ଦୋଳନରେ ସାମିଲ ହେବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ବା ତାଙ୍କର ମନ୍ତ୍ରୀ ପରିଷଦ କେହି ହେଲେ ଏ ପ୍ରସଙ୍ଗରେ ବିରୋଧୀ ଦଳ ସହ ଆଲୋଚନା କଲେନାହିଁ। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ଯାଇ ପଦ୍ମପୁରରେ ନିର୍ବାଚନୀ ସଭା କରି କୃଷି ଓ କୃଷକଙ୍କ ପ୍ରସଙ୍ଗ ଏବଂ ପବିତ୍ର ବିଧାନସଭାକୁ ପ୍ରତ୍ୟାଖ୍ୟାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି। ବିଧାୟକ ମାଝୀ କହିଛନ୍ତି, ବିଧାନସଭା ଚାଲିଥିବାବେଳେ ପରାଜୟ ଭୟରେ ଆତଙ୍କିତ ମୁଖ୍ୟମନ୍ତ୍ରୀ, କୃଷିମନ୍ତ୍ରୀ, ଅର୍ଥମନ୍ତ୍ରୀ, ଜଳ ସମ୍ପଦ ମନ୍ତ୍ରୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ, ସମବାୟ ମନ୍ତ୍ରୀଙ୍କ ସମେତ ୧୬ଜଣ ମନ୍ତ୍ରୀ ଓ ୬୦ରୁ ଊର୍ଦ୍ଧ୍ୱ ବିଜେଡି ବିଧାୟକ ରାଜ୍ୟ ପ୍ରସଙ୍ଗକୁ ଛାଡ଼ି ପଦ୍ମପୁର ଉପନିର୍ବାଚନରେ ବ୍ୟସ୍ତ ଅଛନ୍ତି। ନିଜ ନିର୍ବାଚନମଣ୍ଡଳୀ ସମେତ ରାଜ୍ୟର ସମସ୍ତ ଚାଷୀ ହତାଶରେ ଅଛନ୍ତି। ଯେଉଁ ବରଗଡ଼ ଜିଲାର ସୋହେଲାଠାରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୧୦୦ ଟଙ୍କାର ବୋନସ ଦେବାକୁ ୬ ବର୍ଷ ତଳେ ଘୋଷଣା କରିଥିବା ମୁଖ୍ୟମନ୍ତ୍ରୀ ତାହାକୁ ନ ଦେଇ ଠକି ଚାଲିଛନ୍ତି। ଏପରି କି ଶୁକ୍ରବାର ଉକ୍ତ ଜିଲାକୁ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାରରେ ଯାଇଥିଲେ ମଧ୍ୟ ସେ ସମ୍ପର୍କରେ ଉତ୍ତର ରଖିଲେ ନାହିଁ ବୋଲି କହି ସେ ତାଙ୍କୁ ସମାଲୋଚନା କରିଛନ୍ତି।
କୃଷକଙ୍କ ପ୍ରସଙ୍ଗରେ ସରକାର ଆଲୋଚନାକୁ ନ ଆସିବାରୁ ଭାଜପା ବିଧାୟକମାନେ ଗୃହ ବର୍ଜନ କରି ବିଧାନସଭା ପରିସର ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଧାରଣାରେ ବସି ପ୍ରତିବାଦ କରିଥିଲେ। ପରେ ସେମାନେ ବିଧାନସଭାରୁ ଆସି ଚାଷୀ ଆନ୍ଦୋଳନରେ ସାମିଲ ହୋଇଥିଲେ। ଏହି ଚାଷୀ ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଭାସ୍କର ମଢ଼େଇ, ଜୟନ୍ତ ଷଡଙ୍ଗୀ, ସୁକାନ୍ତ ନାୟକ, ସନାତନ ବିଜୁଳି, ନବ ଚରଣ ମାଝୀ ପ୍ରମୁଖ ଯୋଗଦେଇ ଆଗାମୀ ଦିନରେ ମିଥ୍ୟାବାଦୀ ଓ ଚାଷୀ ବିରୋଧୀ ରାଜ୍ୟ ସରକାରଙ୍କ ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଆହ୍ବାନ ଦେଇଥିଲେ। ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତିଙ୍କ ସଂଯୋଜନାରେ ଏହି ଘେରାଉ ସମାବେଶରେ ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ଉପସଭାନେତ୍ରୀ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ରାଜ୍ୟ ଚାଷୀଙ୍କ ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଆନ୍ଦୋଳନ ଜାରି ରହିବ ବୋଲି ଭାଜପା ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri