ବିଧାନସଭା ଅଚଳ କଲା ଭାଜପା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପ୍ରଚାର ସରଗରମ ଥିବାବେଳେ ଚାଷୀ ପ୍ରସଙ୍ଗକୁ ଭାଜପା ହାତଛଡ଼ା କରିବାକୁ ଚାହୁଁନାହିଁ। ବିଧାନସଭା ବାହାରେ ଦଳ ପକ୍ଷରୁ ଆନ୍ଦୋଳନ କରାଯାଉଥିବା ବେଳେ ବିଧାନସଭାରେ ଭାଜପା ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି । ସରକାର ମିଲର ପାଇଁ ଦଲାଲି କରୁଛନ୍ତି। ଚାଷୀମାରଣ ନୀତି ସରକାର ବନ୍ଦ କରନ୍ତୁ ଅଭିଯୋଗ କରି ବିଧାନସଭା ପ୍ରଶ୍ନକାଳକୁ ଭାଜପା ସଦସ୍ୟମାନେ ଅଚଳ କରି ଦେଇଥିଲେ। ଅଚଳାବସ୍ଥା ଦୂର କରିବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସର୍ବଦଳୀୟ ବୈଠକ ଡାକିଥିଲେ ମଧ୍ୟ ତାହା କାମ ଦେଇ ନ ଥିଲା। ଭାଜପା ସଦସ୍ୟମାନେ ଗୃହ କାର୍ଯ୍ୟରେ ଭାଗ ନ ନେଇ ଗାନ୍ଧୀମୂର୍ତ୍ତି ତଳେ ଧାରଣା ଦେଇଥିଲେ।
ଶୁକ୍ରବାର ୧୦ଟା ୩୦ ମିନିଟରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିବା ମାତ୍ରେ ଭାଜପା ସଦସ୍ୟମାନେ ପୋଷ୍ଟର, ବ୍ୟାନର ଧରି ଗୃହର ମଧ୍ୟଭାଗରେ ହୋହଲ୍ଲା କରିଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଭାଗ ନେବାକୁ ବାଚସ୍ପତି ବାରମ୍ବାର ଅନୁରୋଧ କରିଥିଲେ ମଧ୍ୟ ଭାଜପା ସଦସ୍ୟମାନେ ନ ଶୁଣି ସ୍ଲୋଗାନରେ ବିଧାନସଭାକୁ କମ୍ପାଇ ଦେଇଥିଲେ। ଚାଷୀଙ୍କୁ ନ୍ୟାୟ ଦେବା ଆମର ଦାବି….ଆମର ଦାବି ସ୍ଲୋଗାନ ଦେଇ ହଟ୍ଟଗୋଳ କରିଥିଲେ। ପାଟିତୁଣ୍ଡ ମଧ୍ୟରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟ ପଚାରିଥିବା ପ୍ରଶ୍ନ ନଂ.୨୧୨ ଉତ୍ତର ଦେବାକୁ କହିଥିଲେ। ମନ୍ତ୍ରୀ ପାଟିତୁଣ୍ଡ ମଧ୍ୟରେ ଉତ୍ତର ପଢ଼ିଥିଲେ। ଅନ୍ୟପକ୍ଷରେ ଭାଜପା ସଦସ୍ୟମାନେ ସ୍ଲୋଗାନ ଦେଉଥିବାରୁ ଗୃହରେ ଏକ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ବିଧାନସଭାକୁ ବାଧ୍ୟ ହୋଇ ୧୦.୩୪ମିନିଟରୁ ୧୧.୩୦ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ। ୧୧ଟା ୩୦ ମିନିଟରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ଭାଜପା ସଦସ୍ୟମାନେ ପୁଣି ହୋହଲ୍ଲା କରିଥିଲେ। ବାଚସ୍ପତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କୁ କହିବାକୁ ସୁଯୋଗ ଦେଇଥିଲେ। ମୋହନ କହିଥିଲେ ଯେ ରାଜ୍ୟରେ ଚାଷୀଙ୍କର ଦୁଃଖ କହିଲେ ନ ସରେ। ପଦ୍ମପୁରରେ ଚାଷୀମାନେ ଧାରଣାରେ ବସିଛନ୍ତି। ବିଧାନସଭାରେ ଏ ପ୍ରସଙ୍ଗ ବାରମ୍ବାର ଉଠାଇଲେ ମଧ୍ୟ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି। ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍‌ ଯଦି ବାଚସ୍ପତି ଗୁରୁତ୍ୱପୂର୍ଣ୍ଣ କହୁଛନ୍ତି ବିଧାନସଭାରେ ମୁଖ୍ୟମନ୍ତ୍ରୀ, କୃଷିମନ୍ତ୍ରୀ, ଶିକ୍ଷାମନ୍ତ୍ରୀ, ସମବାୟ ମନ୍ତ୍ରୀ ନାହାନ୍ତି। ତେବେ ଏହା ଗୁରୁତ୍ୱପୂର୍ଣ୍ଣ ହେଲା କେମିତି। ବାଚସ୍ପତି କହିଲେ, ଚାଷୀ ପ୍ରସଙ୍ଗରେ ଆଲୋଚନା ପାଇଁ ପର୍ଯ୍ୟାପ୍ତ ସୁଯୋଗ ଦିଆଯାଇଛି। ଖର୍ଚ୍ଚଦାବି ଆଲୋଚନାରେ ଆପଣମାନେ ଭାଗ ନେଲେ ନାହିଁ। ଆଜି ମଧ୍ୟ ବ୍ୟୟମଞ୍ଜୁରୀ ବିଲ୍‌ରେ ଆଲୋଚନା ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବାଚସ୍ପତି ଅନୁରୋଧ କରିଥିଲେ। ମୋହନ କହିଥିଲେ, ଆମେ ଗୃହ କାର୍ଯ୍ୟରେ ଭାଗ ନେଇପାରିବୁ ନାହିଁ। ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିବୁ କହି ବିଧାନସଭା ବାହାରକୁ ଚାଲି ଯାଇଥିଲେ। ଭାଜପା ସଦସ୍ୟମାନଙ୍କୁ ଗୃହକୁ ଆଣିବାକୁ ବାଚସ୍ପତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଏବଂ ସରକାରୀ ଦଳ ମୁଖ୍ୟ ସଚେତକଙ୍କୁ ଗାନ୍ଧୀମୂର୍ତ୍ତି ନିକଟକୁ ପଠାଇଥିଲେ। ମାତ୍ର ଭାଜପା ସଭ୍ୟମାନେ ଗୃହକୁ ଆସି ନ ଥିଲେ। ବାଚସ୍ପତି ଗୃହକୁ ସ୍ବାଭାବିକ କରିବାକୁ ସର୍ବଦଳୀୟ ବୈଠକ ଡାକିଥିଲେ। ଏଥିପାଇଁ ଗୃହକୁ ୧୨ଟା ୧୮ ମିନିଟରୁ ୧୨ଟା ୪୦ ମିନିଟ ଯାଏ ମୁଲତବୀ କରିଥିଲେ। ଏହା ସତ୍ତ୍ୱେ ଭାଜପା ସଦସ୍ୟମାନେ ଗୃହକୁ ନ ଆସି ଗାନ୍ଧୀମୂର୍ତ୍ତି ନିକଟରେ ଧାରଣାରେ ବସିଥିଲେ। ଭାଜପା ସଦସ୍ୟଙ୍କ ବିନା ବିଧାନସଭାରେ ଖର୍ଚ୍ଚଦାବି ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri