ଚାଷ ପାଇଁ ଚାଷୀ ନଡ଼ାରେ ନିଅଁା ଲଗାଇ ଦେଉଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ସାଟେଲାଇଟ ଚିତ୍ର କହୁଛି, କେବଳ ଜଙ୍ଗଲରେ ନିଆଁ ଲାଗୁନି, ଅନେକ ସ୍ଥାନରେ ଚାଷୀମାନେ ଉନ୍ନତମାନର ଚାଷ କରିବା ପାଇଁ ଧାନ କାଟିବା ପରେ ବିଲରେ ବଳକା ନଡ଼ାରେ ନିଆଁ ଲଗାଇ ଦେଉଛନ୍ତି। ଆଧୁନିକ ଜ୍ଞାନକୌଶଳରେ ନିଆଁକୁ ଆୟତ୍ତ କରାଯାଉଛି। ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ବନ ସୁରକ୍ଷା ସମିତିର ସହଯୋଗ ନିଆଯାଉଛି। ମଙ୍ଗଳବାର ବିଧାନସଭା ପ୍ରଶ୍ନକାଳରେ କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି।
ମୂଳ ପ୍ରଶ୍ନକର୍ତ୍ତା ପଚାରିଥିଲେ, ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଘଟିବା ଦ୍ୱାରା ଫେବୃୟାରୀ ମାସରେ ଅସମ୍ଭବ ତାତି। ଆଗାମୀ ଦିନରେ ଯାହା ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ କ’ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଚାରିଆଡ଼େ ଜଙ୍ଗଲ ଜଳୁଛି। ଲିଭାଇଲଣି। ବିଧାୟକଙ୍କ ପାଇଁ ଘର କରୁଛ। ଗଛ କାଟିଲ, କେତେ ଗଛ ଲାଗିଛି। ତିନିଗୁଣା ଗଛ କେବେ ସୁଦ୍ଧା ଲଗାଇବେ। ଭାଜପା ସଭ୍ୟ କୁସୁମ ଟେଟେ ଜଙ୍ଗଲ ନିଆଁ ଲଗାଉଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିବା ବେଳେ କଂଗ୍ରେସ ସଭ୍ୟ ମହମ୍ମଦ ମୋକିମ ରାଜ୍ୟରେ ହାତୀ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ହାତୀ ମୃତ୍ୟୁ ରୋକିବାକୁ ନେଇ ସରକାର କି ପଦକ୍ଷେପ ନେଇଛନ୍ତି ବୋଲି ପଚାରିଥିଲେ। ଜଙ୍ଗଲରେ ନିଆଁ ଲଗାଉଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଜଙ୍ଗଲରେ ବୁଲାବୁଲି କରୁଥିବା ସନ୍ଦିଗ୍ଧ ଲୋକଙ୍କ ଉପରେ ନଜର ରଖାଯାଇଛି। ଏହାସହ ଖରାଦିନେ ଜଳକଷ୍ଟ ଦୂର ପାଇଁ ଆବଶ୍ୟକ ସ୍ଥଳେ ବଜେଟ ବାହାରେ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ପାଇଁ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର କାର୍ଯ୍ୟ ନିର୍ବାହୀଯନ୍ତ୍ରୀଙ୍କୁ ଅନୁମତି ଦିଆଯାଇଛି। ପାଇପ ଯୋଗେ ପାନୀୟ ଜଳ ପହଞ୍ଚି ନ ଥିବା ଅଞ୍ଚଳରେ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri