୨୫ରେ ବିଧାନସଭା ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୦ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୬ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ଭାଜପା ସରକାର ଆସିବା ପରେ ଏହା ଦ୍ୱିତୀୟ ବିଧାନସଭା ଅଧିବେଶନ। ଚଳିତ ଅଧିବେଶରେ ଭାଜପା ସରକାର ପ୍ରଥମ ଅତିରିକ୍ତ ଚିଠା ବଜେଟ ଆଗତ କରିବେ। ଏହି ଚିଠା ବଜେଟକୁ ୨୩ରେ ବସିବାକୁ ଥିବା ମନ୍ତ୍ରିମଣ୍ଡଳ ଏବଂ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳିବ ବୋଲି ଜଣାପଡିଛି। ଶୀତ ଅଧିବେଶନକୁ ସୁରୁଖୁରୁରେ ଚଲାଇବା ଲାଗି ୨୫ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୬ରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଏହି ଚିଠା ବଜେଟକୁ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରୀ ପରିଷଦର ଅନୁମୋଦନ ମିଳିବ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨.୬୫ ଲକ୍ଷ କୋଟି ଟଙ୍କାର ବଜେଟ ଗତ ଜୁଲାଇ ୨୫ରେ ଉପସ୍ଥାପନ କରିଥିଲେ। ଏହା ସେପ୍ଟେମ୍ବର ୧୧ରେ ଅନୁମୋଦନ ଲାଭ କରିଥିଲା। ଏଥର ସରକାର ଚିଠା ବଜେଟ ଆଗତ କରିବାକୁ ଯାଉଛନ୍ତି। ହେଲେ ବିଭିନ୍ନ ପ୍ରସଙ୍ଗକୁ ଏକାଠିକରି ବିରୋଧୀ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ଗୃହରେ ଶାସକ ଦଳକୁ ଘେରିବାକୁ ଯୋଜନା ରଖିଛନ୍ତି। ଆମ୍ବଟାକୁଆ ଜାଉ ଖାଇ ମୃତ୍ୟୁବରଣ କରିଥିବା ବିଷୟ ନେଇ ବିଜେଡି ବାରମ୍ବାର ଶାସକ ଭାଜପାକୁ ଟାର୍ଗେଟ କରୁଛି। ସେହିପରି ଆହୁରି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ମଧ୍ୟ ରହିଛି, ଯାହାକୁ ନେଇ ବିରୋଧୀ ଶାସକ ଦଳକୁ ଘେରିବାକୁ ଯୋଜନା ରଖିଛି। କେଉଁସବୁ ପ୍ରସଙ୍ଗରେ ଶାସକ ଦଳକୁ ଘେରାଯିବ ସେନେଇ ବିଜେଡି ଓ କଂଗ୍ରେସ ସେମାନଙ୍କ ବିଧାୟକ ଦଳରେ ରଣନୀତି ପ୍ରସ୍ତୁତ କରିବେ। ହେଲେ ଉଭୟ ଦଳର ବିଧାୟକ ଦଳ ବୈଠକ ନେଇ ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri