୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ ସଦସ୍ୟ ଓ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଛି। ବିଧାନସଭା ସଚିବ ସତ୍ୟବ୍ରତ ରାଉତ ସଂସଦୀୟ ବ୍ୟାପାର ବିଭାଗ ପ୍ରମୁଖ ସଚିବଙ୍କୁ ଅଗଷ୍ଟ ୨୪ରେ ପ୍ରଦାନ କରିଥିବା କ୍ୟାଲେଣ୍ଡର ଅନୁଯାୟୀ, ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବାକୁଥିବା ଏହି ମୌସୁମୀ ଅଧିବେଶନ ମାତ୍ର ୯ ଦିନ ଚାଲିବ। ୨୨ରୁ ୨୪ ପର୍ଯ୍ୟନ୍ତ ଗୃହରେ ସରକାରୀ କାର୍ଯ୍ୟଦିବସ ରହିଥିବାବେଳେ ୨୫ ତାରିଖ ଶୁକ୍ରବାର ବେସରକାରୀ କାର୍ଯ୍ୟ ଅର୍ଥାତ୍‌ ବିଲ୍‌ ଓ ପ୍ରସ୍ତାବ ଉପରେ ଆଲୋଚନା ହେବ। ୨୬ ଏବଂ ୨୭ ସରକାରୀ ଛୁଟି ରହିଛି। ୨୮ରୁ ଅକ୍ଟୋବର ପହିଲା ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟଦିବସ ରହିଥିବାବେଳେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଅକ୍ଟୋବର ୨ ଛୁଟି ରହିଛି। ଅକ୍ଟୋବର ୩ ବିଧାନସଭାର ଶେଷଦିନ ରହିଥିବା ଜଣାଯାଇଛି। ବିଧାନସଭାର ଏହି ବିଜ୍ଞପ୍ତିକୁ ନେଇ ଏବେ ଶାସକ ଓ ବିରୋଧୀଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗୋଟିଏ ପଟେ ବିରୋଧୀ ବିଜେଡି ଏବଂ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କ ଏମ୍‌ଏମ୍‌ଡିଆର୍‌ ବିଲ୍‌-୨୦୨୬କୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବା ପାଇଁ ଉଭୟ ଦଳର ନେତା ବାଚସ୍ପତିଙ୍କୁ ପତ୍ର ଲେଖି ଅବଗତ କରାଇଥିଲେ। ମାତ୍ର ସରକାରଙ୍କ ପକ୍ଷରୁ ଏହାକୁ ଅଗ୍ରାହ୍ୟ କରାଯାଇଥିଲା। ତେବେ ବିଧାନସଭାର ଆସନ୍ତା ଅଧିବେଶନଟି ସ୍ବଳ୍ପ ହୋଇଥିଲେ ମଧ୍ୟ ବହୁ ଗୁରୁତ୍ୱ ବହନ କରିବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri