ଦାରିଙ୍ଗବାଡିରେ ବିଧାନସଭା ଷ୍ଟାଣ୍ଡିଂ କମିଟି: କଫି ବଗିଚାର ବିକାଶ ସହ ଡାକ୍ତର ପଦବୀକୁ ଗୁରୁତ୍ୱ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ଓଡିଶା ବିଧାନସଭାର ଷ୍ଟାଣ୍ଡିଂ କମିଟି ପ୍ରତିନିଧି ଦଳ ଗସ୍ତ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୮ ଜଣିଆ ପ୍ରତିନିଧି ଦଳ ଦାରିଙ୍ଗବାଡି ଗସ୍ତ କରିଛନ୍ତି। ସେମାନେ ଶୁକ୍ରବାର ସକାଳ ସମୟରେ କଫି ବଗିଚା ପରିଦର୍ଶନରେ ଯାଇଥିଲେ। ସେଠାରେ ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଶରତ ଶବର, ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ମୃତ୍ତିକା ସଂରକ୍ଷଣ ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଅରୁଣ ଆଚାର୍ଯ୍ୟ ପ୍ରମୁଖ ପ୍ରତିନିଧି ଦଳଙ୍କୁ ପୁଷ୍ପଗୁଛ ପ୍ରଦାନ କରି ସ୍ବାଗତ କରିଥିଲେ।

ଓଡିଶା ବିଧାନସଭା ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ବିଭୁତି ଭୂଷଣ ପ୍ରଧାନଙ୍କ ନେତୃତ୍ୱରେ ବିଧାୟିକା ସୀମାରାଣୀ ନାୟକ, ବିଧାୟକ ପ୍ରଶାନ୍ତ ବେହେରା,ଉମାଚାରଣ ମଲିକ,ପ୍ରକାଶ ଚନ୍ଦ୍ର ସେଠି,ହିମାଂଶୁ ଶେଖର ସାହୁ,ଗୌତମ ବୁଦ୍ଧଦାସ,ରୁପେଶ କୁମାର ପାଣିଗ୍ରାହୀ,ସତ୍ୟଜିତ ଗମାଙ୍ଗ,ପ୍ରମୁଖ ଗସ୍ତ କରି ପ୍ରଥମେ କଫି ବଗିଚା ଯାଇଥିଲେ। ସେଠାରେ ମୃତ୍ତିକା ସଂରକ୍ଷଣ ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଆଇଟିଡିଏ ର ପ୍ରକଳ୍ପ ପ୍ରଶାସକ କଫି ବଗିଚା ସମ୍ପର୍କିତ ତଥ୍ୟ କମିଟିକୁ ଜଣାଇଥିଲେ। ଏହାର ବିକାଶ ଓ ରୂପାନ୍ତର ସମ୍ପର୍କରେ କମିଟି ଗୃହରେ ଜଣାଇବ ବୋଲି କହିଥିଲେ।

ପରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗସ୍ତ କରି ବ୍ରହ୍ମପୁର ଅଭିମୁଖେ ଫେରିଥିଲେ। କମିଟିର ଏହି ଗସ୍ତ ସମୟରେ ସରକାରୀ କର୍ମଚାରୀ, ଅଧିକାରୀଙ୍କ ସମେତ ଭାଜପାର ବରିଷ୍ଠ ନେତା ମାନ ଗୋବିନ୍ଦ ପ୍ରଧାନ,ଦାରିଙ୍ଗବାଡି ମଣ୍ଡଳ ସଭାପତି ମିଟୁ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟ ସୁକାନ୍ତ କୁମାର ସାହୁ, ଏମପି ଙ୍କ ଦାରିଙ୍ଗବାଡି ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ, ପ୍ରଭାକର ସାହୁ, ଅରୁଣ ପ୍ରଧାନ, ହରେନ ସାହୁ, ମୀନକେତନ ସାହୁ, ଭାଲୁ ସାହୁ, ରଞ୍ଜନ ସାହୁଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ। କମିଟିକୁ ମିଶନ ଶକ୍ତି ମହିଳାମାନଙ୍କ ଦ୍ୱାରା ମାଣ୍ଡିଆରେ ପ୍ରସ୍ତୁତ କରାଯାଇଥିବା ବିଭିନ୍ନ ବ୍ୟଞ୍ଜନ ଖାଇବାକୁ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri