ବିଧାନସଭା ଷ୍ଟାଣ୍ଡିଂ କମିଟିର ଗଞ୍ଜାମ ଜିଲା ଗସ୍ତ: ମେଗା ପାନୀୟ ଜଳ ପ୍ରକଳ୍ପର ମନ୍ଥରତାକୁ ନେଇ RWSS, କମ୍ପାନୀକୁ ତାଗିଦ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ)-ବିଧାନସଭା ଷ୍ଟାଣ୍ଡିଂ କମିଟି ଶୁକ୍ରବାର ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଟିମ୍‌ ପ୍ରଥମେ ଜଗନ୍ନାଥପ୍ରସାଦ ବ୍ଲକ ଗାୟଗଣ୍ଡା ଠାରେ ଚାଲିଥିବା ମେଗା ପାନୀୟ ଜଳ ପ୍ରକଳ୍ପ ବୁଲି ଦେଖିଥିଲେ। ଏହି ସମୟରେ କମିଟି ଅଧ୍ୟକ୍ଷ ତଥା ବଡ଼ସାହି ବିଧାୟକ ସନାତନ ବିଜୁଳି ପ୍ରକଳ୍ପ ନିର୍ମାଣ ବିଳମ୍ବ ହେଉଥିବା ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିସହ ଗ୍ରାମ୍ୟ ପାଇପ ଜଳ ଯୋଗାଣ ଅଧିକାରୀ ଏବଂ କାମ ନେଇଥିବା ଏଲଆଣ୍ଡ୍‌ଟି କମ୍ପାନୀ କର୍ମଚରୀଙ୍କୁ ଅଧ୍ୟକ୍ଷ ତାଗିଦ କରିଥିଲେ। ଏହା ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ପ୍ରକଳ୍ପ। ଏଥିପାଇଁ ୧୬ ଶହ କୋଟି ଟଙ୍କା ବ୍ୟୟ ଲକ୍ଷ୍ୟ ରଖାଯାଇଛି। ୨ ବର୍ଷ ହେବ ପ୍ରକଳ୍ପ ହେଉଥିବା ବେଳେ ସମ୍ପୃୃକ୍ତ ଅଞ୍ଚଳବାସୀଙ୍କ ଶିକ୍ଷା, ସାସ୍ଥ୍ୟ, ଗମନାଗମନ ପ୍ରତି କମ୍ପାନୀ ଗୁରୁତ୍ୱ ଦେଇନାହିଁ। ଯନ୍ତ୍ରୀ ମାନେ ମଧ୍ୟ ନିୟମିତ କାମ ଯାଞ୍ଚ କରୁନାହାନ୍ତି। ଫଳରେ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ହୋଇପାରୁନାହିଁ। ଦଶପଲ୍ଲା ନିକଟସ୍ଥ ମହାନଦୀରୁ ପାଣି ଆସିବ। ପ୍ରକଳ୍ପ ଆରମ୍ଭ ହେବାର ଦୁଇବର୍ଷ ବିତିଗଲାଣି ମାତ୍ର ଏପର୍ଯ୍ୟନ୍ତ ପାଣି କେଉଁଠୁ ଆସିବ ତାହା ବିଭାଗ ଚୂଡାନ୍ତ କରିପାରିନାହିଁ।

ବର୍ତ୍ତମାନ ୧୫ରୁ ୨୦ ପ୍ରତିଶତ କାମ ସରିଛି। ବଳକା କାମ ଡିସେମ୍ବର ୨୦୨୬ ସୁଦ୍ଧା ନ ସରିଲେ କାର୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧ୍ୟକ୍ଷ ବିଜୁଳି କହିଥିଲେ। ପରେ କମିଟି ଗ୍ରାମ୍ୟ ଉନ୍ନୟନ ବିଭାଗର ଏକ ସେତୁ କାମ ବୁଲି ଦେଖିଥିଲେ। ସେଠାରୁ ତିଲିଶିଙ୍ଗି ଯାଇଥିଲେ। ସଂନ୍ଧ୍ୟାରେ କମିଟି ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ କରିଥିଲେ। ଏଥିରେ କମିଟି ଅଧ୍ୟକ୍ଷ ସଭାପତିତ୍ୱ କରିଥିଲେ। ଏହି ସମୟରେ କମିଟ ସଭ୍ୟ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବଡ଼ଚଣା ବିଧାୟକ ଅମର ନାୟକ, ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ସୋରଡା ବିଧାୟକ ନୀଳମଣି ବିଷୋୟୀ,ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସାଇଁ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଜିଲା ଉନ୍ନୟନ ଅଧିକାରୀ ମଧୁସ୍ମିତା, ଉପ ଜିଲାପାଳ ଉମା ଶଙ୍କର ବେହେରା, ତହସିଲଦାର ଅବିନାଶ ମହାର, ବିଡ଼ିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ଡେପୁଟି କଲେକ୍ଟର ସୁମନ ଘୋଷ ପ୍ରମୁଖ ଉପସ୍ଥିତ ରହି ଷ୍ଟାଣ୍ଡି କମିଟିକୁ ବଭିନ୍ନ ସୂଚନା ଦେଇଥିଲେ। ଏହା ପୂର୍ବରୁ ଭଞ୍ଜନଗର ବିଧାୟକ ନାୟକ କମିଟିର କର୍ମକର୍ତ୍ତାଙ୍କୁ ଗାୟଗଣ୍ଡାଠାରେ ସ୍ବାଗତ କରି ନିଜ ଅଞ୍ଚଳ ବୁଲାଇ ଦେଖାଇଥିଲେ। ସୂଚନା ଯୋଗ୍ୟ, ଗଞ୍ଜାମ ଜିଲାର ୧୨ଟି ବ୍ଲକ ଓ ଗଞ୍ଜାମ ବ୍ଲକର ୨୨୮ ଟି ପଞ୍ଚାୟତରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଯୋଜନାର ସୁଫଳ ୭୭୦ ଗ୍ରାମର ୧ଲକ୍ଷ ୬୬ ହଜାର ୯୩୭ ପରିବାରକୁ ଦେବାକୁ ଲକ୍ଷ୍ୟ ରହିଛି। ଶନିବାର ଷ୍ଟାଣ୍ଡି କମିଟି ଗୋପାଳପୁର ଅଭିମୁଖେ ଯାଇ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri