୨୧ରୁ ହୋଇପାରେ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ଚଳିତ ମାସ ୨୧ କିମ୍ବା ୨୩ ତାରିଖରେ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ରାଜ୍ୟ ସରକାରଙ୍କ ସଂସଦୀୟ ବ୍ୟାପାର ବିଭାଗକୁ ପ୍ରସ୍ତାବ ଦିଆଯାଇଛି। ବିଭାଗ ପକ୍ଷରୁ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଉକ୍ତ ପ୍ରସ୍ତାବ ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ପଠାଯିବ। ପ୍ରସ୍ତାବ ଅନୁମୋଦନ ପରେ ବିଧାନସଭା ସଚିବାଳୟ ପକ୍ଷରୁ ଅଧିବେଶନ ସମ୍ପର୍କରେ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ କରାଯିବ। ତେବେ ଆସନ୍ତା ଅଧିବେଶନ ସ୍ବାଭାବିକ ହେବ ନା ପୂର୍ବଭଳି କୋଭିଡ୍‌ କଟକଣାରେ ଚାଲିବ, ତାହା ତାରିଖ ଘୋଷଣା ପରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ହିଁ ଜଣାପଡ଼ିବ। କୋଭିଡ୍‌ କଟକଣା ହଟିଯାଇଥିବାରୁ ପୂର୍ବଭଳି ବିଧାୟକମାନଙ୍କୁ ନିଜ
ସିଟ୍‌ରେ ବସିବାକୁ ଅନୁମତି ଦେବାକୁ ବିରୋଧୀ ଦଳ ସଦସ୍ୟମାନେ ବିଧାନସଭାରେ ବହୁବାର ଦାବି କରିଛନ୍ତି। ତେବେ ଏହି ଦାବିକୁ ବିଧାନସଭା ବାଚସ୍ପତି ଗ୍ରହଣ କରିନାହାନ୍ତି। ଚଳିତଥର ବାଚସ୍ପତି କି ନିଷ୍ପତ୍ତି ନେଉଛନ୍ତି ତାହା ତାରିଖ ଘୋଷଣା ପରେ ହିଁ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri