‘କ୍ଷୟକ୍ଷତି ଆକଳନ କରି ତୁରନ୍ତ ଜଣାଅ’

ବାରିପଦା ଅଫିସ, ୨୯ା୮- ବିପର୍ଯ୍ୟୟ ପ୍ରଶମନ ଓ ରାଜସ୍ବ ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ଉପଜିଲାପାଳ ପି ଅନ୍ବେଷା ରେଡ୍ଡି, ପିଡି ଡିଆରଡିଏ ସ୍ବଧାଦେବ ସିଂ, ଅତିରିକ୍ତ ଜିଲାପାଳ(ରାଜସ୍ବ) ବିବେକାନନ୍ଦ ସାହୁ, ଜିଲା ଜରୁରୀକାଳୀନ ଅଧିକାରୀ ସୁଜୟ କୁମାର ପତି, ସମସ୍ତ ଉପଜିଲାପାଳ ଓ ପୂର୍ତ୍ତ, କୃଷି, ଗ୍ରାମ୍ୟ ଉନ୍ନୟନ, ଜଳସେଚନ, ବିଦ୍ୟୁତ୍‌ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ପରିସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। କ୍ଷୟକ୍ଷତି ସମ୍ପର୍କରେ ଆକଳନ କରି ତୁରନ୍ତ ଜିଲା ପ୍ରଶାସନକୁ ଜଣାଇବାକୁ ମନ୍ତ୍ରୀ କହିଥିଲେ। ଲଘୁଚାପ ଜନିତ ବର୍ଷା ଓ ବନ୍ୟାରେ ମୃତକଙ୍କ ସମ୍ପର୍କିତ ରିପୋର୍ଟ ଏସ୍‌ଆର୍‌ସିଙ୍କୁ ଜଣାଇବା ସହ ସେମାନଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ବୁଢାବଳଙ୍ଗ, ଗଙ୍ଗାହାର, ଜମ୍ଭୀରା, ଜରାଳି ଓ ସରାଳି ନଦୀର ବନ୍ୟା ଜଳ ୮ଟି ବ୍ଲକର ୩୦୬ଟି ଗ୍ରାମରେ ବ୍ୟାପକ କ୍ଷୟକ୍ଷତି କରିଛି ା ଜିଲା କୃଷି ବିଭାଗର ପ୍ରାରମ୍ଭିକ ସୂଚନା ଅନୁଯାୟୀ ୭୦୩୯ହେକ୍ଟର ଧାନ ଓ ୧୦୬୩ ହେକ୍ଟର ଅଣଧାନ ଚାଷ ଜମିକୁ ମିଶାଇ ମୋଟ ୮୧୦୨ହେକ୍ଟର ଜମିରେ ବନ୍ୟା ଜଳ ପ୍ରବେଶ କରିଛି ା ଜିଲାର ଶାମାଖୁଣ୍ଟା, ବେତନଟୀ, ବଡ଼ସାହି, ରାସଗୋବିନ୍ଦପୁର, କରଞ୍ଜିଆ, ଶୁକୃଳି, ରରୁଆଁ ଓ ବହଳଦା ଆଦି ବ୍ଲକର ୬୨ଟି ପଞ୍ଚାୟତରେ ଧାନ, ମକା, ତୈଳବୀଜ ଶସ୍ୟ ନଷ୍ଟ ହୋଇଥିବା ଅନୁମାନ କରାଯାଇଛି ା ସେହିପରି ସର୍ବାଧିକ କ୍ଷୟକ୍ଷତି ହୋଇଥିବା ବଡ଼ସାହି ବ୍ଲକ ଅଧୀନ୧୪ଟି ପଞ୍ଚାୟତର ୧୧୨ଟି ଗ୍ରାମର ୪୯୯୦ହେକ୍ଟର ଜମିରେ ବନ୍ୟାଜଳ ପ୍ରବେଶ କରିଛି ା ବେତନଟୀ ବ୍ଲକର ୧୬ଟି ପଞ୍ଚାୟତ, ଶାମାଖୁଣ୍ଟାର ୪,ରାସଗୋବିନ୍ଦପୁରର ୭, କରଞ୍ଜିଆର ୫, ଶୁକୃଳର ୫, ରରୁଆଁର ୬ ଓ ବହଳଦା ବ୍ଲକର ୫ଟି ପଞ୍ଚାୟତର ଚାଷ ଜମି କ୍ଷତିଗ୍ରସ୍ତ ହୋଇଥିବା ପ୍ରାଥମିକ ଆକଳନ କରାଯାଇଛି ା ତେବେ ରାଜସ୍ବ ଓ କୃଷି ବିଭାଗ ପକ୍ଷରୁ ମିଳିତ ଭାବେ ତଦନ୍ତ କରାଯାଇ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି କୃଷି ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?