‘କ୍ଷୟକ୍ଷତି ଆକଳନ କରି ତୁରନ୍ତ ଜଣାଅ’

ବାରିପଦା ଅଫିସ, ୨୯ା୮- ବିପର୍ଯ୍ୟୟ ପ୍ରଶମନ ଓ ରାଜସ୍ବ ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ଉପଜିଲାପାଳ ପି ଅନ୍ବେଷା ରେଡ୍ଡି, ପିଡି ଡିଆରଡିଏ ସ୍ବଧାଦେବ ସିଂ, ଅତିରିକ୍ତ ଜିଲାପାଳ(ରାଜସ୍ବ) ବିବେକାନନ୍ଦ ସାହୁ, ଜିଲା ଜରୁରୀକାଳୀନ ଅଧିକାରୀ ସୁଜୟ କୁମାର ପତି, ସମସ୍ତ ଉପଜିଲାପାଳ ଓ ପୂର୍ତ୍ତ, କୃଷି, ଗ୍ରାମ୍ୟ ଉନ୍ନୟନ, ଜଳସେଚନ, ବିଦ୍ୟୁତ୍‌ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ପରିସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। କ୍ଷୟକ୍ଷତି ସମ୍ପର୍କରେ ଆକଳନ କରି ତୁରନ୍ତ ଜିଲା ପ୍ରଶାସନକୁ ଜଣାଇବାକୁ ମନ୍ତ୍ରୀ କହିଥିଲେ। ଲଘୁଚାପ ଜନିତ ବର୍ଷା ଓ ବନ୍ୟାରେ ମୃତକଙ୍କ ସମ୍ପର୍କିତ ରିପୋର୍ଟ ଏସ୍‌ଆର୍‌ସିଙ୍କୁ ଜଣାଇବା ସହ ସେମାନଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ବୁଢାବଳଙ୍ଗ, ଗଙ୍ଗାହାର, ଜମ୍ଭୀରା, ଜରାଳି ଓ ସରାଳି ନଦୀର ବନ୍ୟା ଜଳ ୮ଟି ବ୍ଲକର ୩୦୬ଟି ଗ୍ରାମରେ ବ୍ୟାପକ କ୍ଷୟକ୍ଷତି କରିଛି ା ଜିଲା କୃଷି ବିଭାଗର ପ୍ରାରମ୍ଭିକ ସୂଚନା ଅନୁଯାୟୀ ୭୦୩୯ହେକ୍ଟର ଧାନ ଓ ୧୦୬୩ ହେକ୍ଟର ଅଣଧାନ ଚାଷ ଜମିକୁ ମିଶାଇ ମୋଟ ୮୧୦୨ହେକ୍ଟର ଜମିରେ ବନ୍ୟା ଜଳ ପ୍ରବେଶ କରିଛି ା ଜିଲାର ଶାମାଖୁଣ୍ଟା, ବେତନଟୀ, ବଡ଼ସାହି, ରାସଗୋବିନ୍ଦପୁର, କରଞ୍ଜିଆ, ଶୁକୃଳି, ରରୁଆଁ ଓ ବହଳଦା ଆଦି ବ୍ଲକର ୬୨ଟି ପଞ୍ଚାୟତରେ ଧାନ, ମକା, ତୈଳବୀଜ ଶସ୍ୟ ନଷ୍ଟ ହୋଇଥିବା ଅନୁମାନ କରାଯାଇଛି ା ସେହିପରି ସର୍ବାଧିକ କ୍ଷୟକ୍ଷତି ହୋଇଥିବା ବଡ଼ସାହି ବ୍ଲକ ଅଧୀନ୧୪ଟି ପଞ୍ଚାୟତର ୧୧୨ଟି ଗ୍ରାମର ୪୯୯୦ହେକ୍ଟର ଜମିରେ ବନ୍ୟାଜଳ ପ୍ରବେଶ କରିଛି ା ବେତନଟୀ ବ୍ଲକର ୧୬ଟି ପଞ୍ଚାୟତ, ଶାମାଖୁଣ୍ଟାର ୪,ରାସଗୋବିନ୍ଦପୁରର ୭, କରଞ୍ଜିଆର ୫, ଶୁକୃଳର ୫, ରରୁଆଁର ୬ ଓ ବହଳଦା ବ୍ଲକର ୫ଟି ପଞ୍ଚାୟତର ଚାଷ ଜମି କ୍ଷତିଗ୍ରସ୍ତ ହୋଇଥିବା ପ୍ରାଥମିକ ଆକଳନ କରାଯାଇଛି ା ତେବେ ରାଜସ୍ବ ଓ କୃଷି ବିଭାଗ ପକ୍ଷରୁ ମିଳିତ ଭାବେ ତଦନ୍ତ କରାଯାଇ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି କୃଷି ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri