ମରାମତି ପାଇଁ ସହାୟତା ଯୋଗାଇ ଦିଆଯିବ

ରଘୁନାଥପୁର,୨୩ା୭(ଡି.ଏନ୍‌ଏ.): ରଘୁନାଥପୁର ବ୍ଲକର ୭ଟି ବିଦ୍ୟାଳୟକୁ ତୃତୀୟ ପର୍ଯ୍ୟାୟରେ ରୂପାନ୍ତରଣ ନେଇ ବ୍ଲକ ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ଏନେଇ ଶୁକ୍ରବାର ବିଡିଓ ଜିତେନ୍ଦ୍ର କୁମାର ନାୟକ ଗୋକୁଳପୁରସ୍ଥିତ ସାରଦା ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କରି ଆଲୁମନି କମିଟି, ଏସ୍‌ଏମ୍‌ସି, ପଞ୍ଚାୟତ ପ୍ରତିନିଧି, ୨ ଛାତ୍ର ପ୍ରତିନିଧିଙ୍କ ସମେତ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କ ଉପସ୍ଥିତିରେ ବିଦ୍ୟାଳୟ ରୂପାନ୍ତରଣ ନେଇ ବୈଠକ କରିଥିଲେ। ପବିତ୍ର ଶିକ୍ଷାନୁଷ୍ଠାନର ନବୀକରଣ କାର୍ଯ୍ୟ କିପରି ସମସ୍ତଙ୍କ ସହଯୋଗରେ ସମ୍ପାଦନ ହେବ ସେ ନେଇ ଆଶା ପ୍ରକଟ କରିଥିଲେ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ବିଡିଓ ନାୟକ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ବିଡିଓ ନାୟକଙ୍କୁ ଭାଙ୍ଗି ଯାଇଥିବା ଶ୍ରେଣୀଗୃହ,ରୋଷେଇ ଘର, ସାଇକେଲ ଶେଡ ଓ ଫଟା ଆଜବେଷ୍ଟସ ଘରେ କିପରି ପିଲାମାନେ ପାଠ ପଢୁଛନ୍ତି ସେସମ୍ପର୍କରେ ବୁଲାଇ ଦେଖାଯାଇଥିଲା। ବିଦ୍ୟାଳୟର ବାସ୍ତବ ଚିତ୍ର ଦେଖି ବିଡିଓ ନାୟକ ଦୁଃଖ ପ୍ରକାଶ କରିବା ସହ ସମସ୍ୟା ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଇବେ ବୋଲି କହିଥିଲେ। ବୈଠକରେ ସ୍ଥାନୀୟ ସରପଞ୍ଚ ତଥା ବିଦ୍ୟାଳୟର ପୂର୍ବତନ ଛାତ୍ରୀ ସୁଷମା ମଲ୍ଲିକ ଯୋଗଦେଇ ଶିକ୍ଷାନୁଷ୍ଠାନରେ ଥିବା ସମସ୍ୟାର ସମାଧାନ ପାଇଁ ସହାୟତା ଯୋଗାଇଦେବାକୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ସହକାରୀ ବ୍ଲକ ଶିକ୍ଷାଧିକାରୀ ସବିତା ଦାସ, ଟିସି ରାଜଲକ୍ଷ୍ମୀ ସ୍ବାଇଁ, ପ୍ରଧାନଶିକ୍ଷକ ବିଶ୍ୱଜିତ ଓଝା, ଆଲୁମନି ସଭାପତି ବିନୋଦ ବିହାରୀ ମହାନ୍ତି ଓ ଉପ ସଭାପତି ଚନ୍ଦ୍ରଶେଖର ସିଂହ,ସମିତି ସଭ୍ୟା ପୂଜାଲତା ଦାସ, ଏସ୍‌ଏମ୍‌ସି ଚେୟାରପର୍ସନ ରାଜେନ୍ଦ୍ର ନାରାୟଣ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟକୁ ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କୁ କୃତଜ୍ଞତା ଜ୍ଞାମ୍ପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri