ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୨ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରି ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ରହିଛି। ଜରିମାନା ଅନାଦେୟ ଅତିରିକ୍ତ ୪ମାସ ଜେଲ ଦଣ୍ଡ ଭୋଗିବା ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ତତ୍କାଳୀନ ରଙ୍ଗେଇଲୁଣ୍ଡା ବ୍ଲକର ସହକାରୀ କୃଷି ଯନ୍ତ୍ରୀ ପ୍ରବୀର ଚାନ୍ଦ ଦାସ। ସେ ବର୍ତ୍ତମାନ କଟକ ଜିଲା ଅନ୍ତର୍ଗତ ବାଙ୍କୀ କୃଷି କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି।
ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ଗ୍ରାମର କାଳୁଚରଣ ପାତ୍ର ତାଙ୍କ ମା’ ଇନ୍ଦୁ ପାତ୍ରଙ୍କ ନାମରେ ଏକ ଗାଈ ଫାର୍ମ କରିଥିଲେ। କୃଷି ବିଭାଗ ପକ୍ଷରୁ ଗାଈ ଫାର୍ମ ନିମନ୍ତେ ମିଳୁଥିବା ଋଣ ପାଇଁ ସେ ଆବେଦନ କରିଥିଲେ। କାଳୁଚରଣ ଏଥିପାଇଁ ବ୍ଲକର ସହକାରୀ କୃଷି ଯନ୍ତ୍ରୀ ଦାସଙ୍କୁ ଭେଟି ଋଣ କରାଇ ଦେବାକୁ ଅନୁରୋଧ କରିଥିଲେ। ହେଲେ ସେ ଋଣ କରାଇ ଦେବାକୁ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କାଳୁଚରଣ ଏ ନେଇ ଭିଜିଲାନ୍ସରେ ଜଣାଇଥିଲେ। ଯୋଜନା ମୁତାବକ ୨୦୧୦ ଡିସେମ୍ବର ୨୩ରେ କାଳୁଚରଣ ବ୍ରହ୍ମପୁର ଜୟପ୍ରକାଶ ନଗର ଦ୍ୱିତୀୟ ଲାଇନରେ ରହୁଥିବା ସହକାରୀ କୃଷି ଯନ୍ତ୍ରୀଙ୍କ ବାସଭବନକୁ ଯାଇ ଲାଞ୍ଚ ଟଙ୍କା ଦେବା ବେଳେ ଭିଜିଲାନ୍ସ ଟିମ ତାହାକୁ ଜବତ କରିଥିଲା। ମାମଲା ନଂ.୫୭/୧୦ ଅନୁଯାୟୀ ଦାସଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ସେ ଜାମିନରେ ମୁକୁଳିଥିଲେ। ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ଆର. କେ. ସୁନା କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ଶୁକ୍ରବାର ଏହି ମାମଲାର ଶୁଣାଣି ବେଳେ ପ୍ରବୀର ଦାସଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଚାର୍ଜଶିଟ ଓ ୬ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଭିଜିଲାନ୍ସ ଜଜ୍‌ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା ଓ ମୁଦାଲାଙ୍କ ପକ୍ଷରୁ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri