ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୨ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରି ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ରହିଛି। ଜରିମାନା ଅନାଦେୟ ଅତିରିକ୍ତ ୪ମାସ ଜେଲ ଦଣ୍ଡ ଭୋଗିବା ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ତତ୍କାଳୀନ ରଙ୍ଗେଇଲୁଣ୍ଡା ବ୍ଲକର ସହକାରୀ କୃଷି ଯନ୍ତ୍ରୀ ପ୍ରବୀର ଚାନ୍ଦ ଦାସ। ସେ ବର୍ତ୍ତମାନ କଟକ ଜିଲା ଅନ୍ତର୍ଗତ ବାଙ୍କୀ କୃଷି କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି।
ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ଗ୍ରାମର କାଳୁଚରଣ ପାତ୍ର ତାଙ୍କ ମା’ ଇନ୍ଦୁ ପାତ୍ରଙ୍କ ନାମରେ ଏକ ଗାଈ ଫାର୍ମ କରିଥିଲେ। କୃଷି ବିଭାଗ ପକ୍ଷରୁ ଗାଈ ଫାର୍ମ ନିମନ୍ତେ ମିଳୁଥିବା ଋଣ ପାଇଁ ସେ ଆବେଦନ କରିଥିଲେ। କାଳୁଚରଣ ଏଥିପାଇଁ ବ୍ଲକର ସହକାରୀ କୃଷି ଯନ୍ତ୍ରୀ ଦାସଙ୍କୁ ଭେଟି ଋଣ କରାଇ ଦେବାକୁ ଅନୁରୋଧ କରିଥିଲେ। ହେଲେ ସେ ଋଣ କରାଇ ଦେବାକୁ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କାଳୁଚରଣ ଏ ନେଇ ଭିଜିଲାନ୍ସରେ ଜଣାଇଥିଲେ। ଯୋଜନା ମୁତାବକ ୨୦୧୦ ଡିସେମ୍ବର ୨୩ରେ କାଳୁଚରଣ ବ୍ରହ୍ମପୁର ଜୟପ୍ରକାଶ ନଗର ଦ୍ୱିତୀୟ ଲାଇନରେ ରହୁଥିବା ସହକାରୀ କୃଷି ଯନ୍ତ୍ରୀଙ୍କ ବାସଭବନକୁ ଯାଇ ଲାଞ୍ଚ ଟଙ୍କା ଦେବା ବେଳେ ଭିଜିଲାନ୍ସ ଟିମ ତାହାକୁ ଜବତ କରିଥିଲା। ମାମଲା ନଂ.୫୭/୧୦ ଅନୁଯାୟୀ ଦାସଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ସେ ଜାମିନରେ ମୁକୁଳିଥିଲେ। ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ଆର. କେ. ସୁନା କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ଶୁକ୍ରବାର ଏହି ମାମଲାର ଶୁଣାଣି ବେଳେ ପ୍ରବୀର ଦାସଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଚାର୍ଜଶିଟ ଓ ୬ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଭିଜିଲାନ୍ସ ଜଜ୍‌ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା ଓ ମୁଦାଲାଙ୍କ ପକ୍ଷରୁ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri