ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ରହିଛି। ଜରିମାନା ଅନାଦେୟ ଅତିରିକ୍ତ ୪ ମାସ ଜେଲ ଦଣ୍ଡ ଭୋଗିବା ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ତତ୍କାଳୀନ ରଙ୍ଗେଇଲୁଣ୍ଡା ବ୍ଲକର ସହକାରୀ କୃଷି ଯନ୍ତ୍ରୀ ପ୍ରବୀର ଚାନ୍ଦ ଦାସ। ସେ ବର୍ତ୍ତମାନ କଟକ ଜିଲା ଅନ୍ତର୍ଗତ ବାଙ୍କୀ କୃଷି କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି।

ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ଗ୍ରାମର କାଳୁଚରଣ ପାତ୍ର ତାଙ୍କର ମା’ ଇନ୍ଦୁ ପାତ୍ରଙ୍କ ନାମରେ ଏକ ଗାଈ ଫାର୍ମ କରିଥିଲେ। କୃଷି ବିଭାଗ ପକ୍ଷରୁ ଗାଈ ଫାର୍ମ ନିମନ୍ତେ ମିଳୁଥିବା ଋଣ ପାଇଁ ସେ ଆବେଦନ କରିଥିଲେ। କାଳୁଚରଣ ଏଥିପାଇଁ ବ୍ଲକର ସହକାରୀ କୃଷି ଯନ୍ତ୍ରୀ ଦାସଙ୍କୁ ଭେଟି ଋଣ କରାଇ ଦେବାକୁ ଅନୁରୋଧ କରିଥିଲେ। ହେଲେ ସେ ଋଣ କରାଇ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ କାଳୁଚରଣ ଭିଜିଲାନ୍ସକୁ ଜଣାଇଥିଲେ।

ଯୋଜନା ମୁତାବକ ୨୦୧୦ ଡିସେମ୍ବର ୨୩ରେ କାଳୁଚରଣ ବ୍ରହ୍ମପୁର ଜୟପ୍ରକାଶ ନଗର ଦ୍ୱିତୀୟ ଲାଇନରେ ରହୁଥିବା ସହକାରୀ କୃଷି ଯନ୍ତ୍ରୀଙ୍କ ବାସଭବନକୁ ଯାଇ ଲାଞ୍ଚ ଟଙ୍କା ଦେବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା। ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା (ନଂ.୫୭/୧୦) ରୁଜୁ କରି ପ୍ରବୀରଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ସେ ଜାମିନରେ ମୁକୁଳିଥିଲେ।

ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ଆର୍‌. କେ. ସୁନା କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ଶୁକ୍ରବାର ଏହି ମାମଲାର ଶୁଣାଣି ବେଳେ ପ୍ରବୀର ଦାସଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଚାର୍ଜଶିଟ ଓ ୬ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଭିଜିଲାନ୍ସ ଜଜ୍‌ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା ଓ ମୁଦାଲାଙ୍କ ପକ୍ଷରୁ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ମାମଲା ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?