ଲ୍ୟାଣ୍ଡମାଇନ ବିସ୍ଫୋରଣରେ କୋବ୍ରା ବାଟାଲିଅନର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଗୁରୁତର, ରାଞ୍ଚି ଏୟାରଲିଫ୍ଟ

ବଣାଇଁ,୧ା୩(ପ୍ରଦୀପ ତ୍ରିପାଠୀ): ଓଡିଶା-ଝାଡ଼ଖଣ୍ଡ ସୀମା ସଂଲଗ୍ନ ସାରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ଚାଲି ଥିବା ବେଳେ ରବିବାର ସକାଳେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ସିଆରପିଏଫ କୋବ୍ରା ୨୦୯ ବାଟାଲିୟନର ସହାୟକ କମାଣ୍ଡାଣ୍ଟ ଗୁରୁତର ହେଇଛନ୍ତି। ସରଣ୍ଡା ଜଙ୍ଗଲର ମାରାଙ୍ଗପୋଙ୍ଗା ନିକଟସ୍ଥ ଟିମରା ଘନ ଜଙ୍ଗଲରେ ଚାଲିଥିବା ନକ୍ସଲ ବିରୋଧୀ ଅଭିଯାନ ସମୟରେ ଏହି ଭୟାବହ ଘଟଣା ଘଟିଛି। ମାଓବାଦୀମାନଙ୍କ ଦ୍ୱାରା ପୂର୍ବରୁ ପୋତା ଯାଇଥିବା ବିସ୍ଫୋରକ ସକ୍ରିୟ ହେବାରୁ କୋବ୍ରା ବାହିନୀର ସହାୟକ କମାଣ୍ଡାଣ୍ଟ ଅଜୟ ମଲ୍ଲିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହି ବିସ୍ଫୋରଣରେ ତାଙ୍କ ବାମ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଘଟଣା ପରେ ସୁରକ୍ଷାବାହିନୀ ରେସ୍କ୍ୟୁ ଅଭିଯାନ ଆରମ୍ଭ କରିଥିଲେ। ଘନ ଜଙ୍ଗଲରୁ ଆହତ ଅଧିକାରୀଙ୍କୁ ବାହାର କରି ରାଞ୍ଚି ଏୟାର ଲିଫ୍ଟ କରାଯାଇଛି। ଏହି ଘଟଣା ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ା କରାଯାଇଛି। ଉଭୟ ଓଡିଶା ଓ ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି ଓ ନକ୍ସଲମାନଙ୍କ ବିରୋଧରେ ବିଶେଷ ସର୍ଚ୍ଚ ଅପରେଶନ ଜାରି ରହିଛି ଏବଂ ସମ୍ପୂର୍ଣ୍ଣ ଅଞ୍ଚଳକୁ ସୁରକ୍ଷାବଳ ଘେରାଉ କରି ସତର୍କତା ଅବଲମ୍ବନ କରୁଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri