୨୫ହଜାର ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ଆସିଷ୍ଟାଣ୍ଟ କମିସନର

ଭୁବନେଶ୍ୱର,୨୬।୮: ରାଜ୍ୟ ଟିକସ ବିଭାଗର ସହକାରୀ କମିସନର ସରିତା ବାରିକ ଆଜି (୨୬ ଅଗଷ୍ଟ ୨୦୨୫) ୨୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୁବନେଶ୍ୱର-IV ସର୍କଲରେ କାର୍ଯ୍ୟରତ ସରିତା ଜଣେ ବେକେରି ମାଲିକଙ୍କଠାରୁ ୨୦୨୦-୨୧ ଆର୍ଥିକ ବର୍ଷରେ ଇନପୁଟ ଟ୍ୟାକ୍ସ କ୍ରେଡିଟ (ITC) ପ୍ରତ୍ୟାବର୍ତ୍ତନ ଏବଂ ଜରିମାନା ମାଫ କରିବା ପାଇଁ ଏହି ଲାଞ୍ଚ ମାଗିଥିଲେ।

ବେକେରି ମାଲିକଙ୍କୁ ସରିତା ୨,୨୭,୧୪୭ ଟଙ୍କାର ଜରିମାନା ଓ ଟିକସ ପରିଶୋଧ ପାଇଁ ନୋଟିସ ଜାରି କରିଥିଲେ। ଏହା ଜାଣି ମାଲିକ ସରିତାଙ୍କୁ ଅନୁରୋଧ କରିଥିଲେ, କିନ୍ତୁ ସେ ଜରିମାନା ମାଫ ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ଏହାପରେ ମାଲିକ ଭିଜିଲାନ୍ସକୁ ଅଭିଯୋଗ କରିଥିଲେ।

ଭିଜିଲାନ୍ସ ଟିମ୍‌ ସରିତାଙ୍କୁ ଭୁବନେଶ୍ୱରର ମଧୁସୂଦନ ନଗର ଆକାଶ ଇନଷ୍ଟିଟ୍ୟୁଟ ସାମ୍ନାରେ ତାଙ୍କ କାର ଭିତରେ ଲାଞ୍ଚ ନେଉଥିବା ବେଳେ ଧରିଥିଲେ। ସମଗ୍ର ଲାଞ୍ଚ ଟଙ୍କା ଜବତ କରାଯାଇଛି। ସରିତାଙ୍କ ଆୟାବହିର୍ଭୁତ୍ତ ସମ୍ପତ୍ତି ତଦନ୍ତ ପାଇଁ ତିନିଟି ସ୍ଥାନରେ ସନ୍ଧାନ ଚାଲିଛି।

ଏ ସମ୍ପର୍କରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ମାମଲା ନଂ ୧୮ (୨୬.୦୮.୨୦୨୫) ଅନ୍ତର୍ଗତ ଦଫା ୭ ପିସି (ସଂଶୋଧନ) ଆଇନ, ୨୦୧୮ରେ ରୁଜୁ ହୋଇଛି। ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri