୨୫ହଜାର ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ଆସିଷ୍ଟାଣ୍ଟ କମିସନର

ଭୁବନେଶ୍ୱର,୨୬।୮: ରାଜ୍ୟ ଟିକସ ବିଭାଗର ସହକାରୀ କମିସନର ସରିତା ବାରିକ ଆଜି (୨୬ ଅଗଷ୍ଟ ୨୦୨୫) ୨୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୁବନେଶ୍ୱର-IV ସର୍କଲରେ କାର୍ଯ୍ୟରତ ସରିତା ଜଣେ ବେକେରି ମାଲିକଙ୍କଠାରୁ ୨୦୨୦-୨୧ ଆର୍ଥିକ ବର୍ଷରେ ଇନପୁଟ ଟ୍ୟାକ୍ସ କ୍ରେଡିଟ (ITC) ପ୍ରତ୍ୟାବର୍ତ୍ତନ ଏବଂ ଜରିମାନା ମାଫ କରିବା ପାଇଁ ଏହି ଲାଞ୍ଚ ମାଗିଥିଲେ।

ବେକେରି ମାଲିକଙ୍କୁ ସରିତା ୨,୨୭,୧୪୭ ଟଙ୍କାର ଜରିମାନା ଓ ଟିକସ ପରିଶୋଧ ପାଇଁ ନୋଟିସ ଜାରି କରିଥିଲେ। ଏହା ଜାଣି ମାଲିକ ସରିତାଙ୍କୁ ଅନୁରୋଧ କରିଥିଲେ, କିନ୍ତୁ ସେ ଜରିମାନା ମାଫ ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ଏହାପରେ ମାଲିକ ଭିଜିଲାନ୍ସକୁ ଅଭିଯୋଗ କରିଥିଲେ।

ଭିଜିଲାନ୍ସ ଟିମ୍‌ ସରିତାଙ୍କୁ ଭୁବନେଶ୍ୱରର ମଧୁସୂଦନ ନଗର ଆକାଶ ଇନଷ୍ଟିଟ୍ୟୁଟ ସାମ୍ନାରେ ତାଙ୍କ କାର ଭିତରେ ଲାଞ୍ଚ ନେଉଥିବା ବେଳେ ଧରିଥିଲେ। ସମଗ୍ର ଲାଞ୍ଚ ଟଙ୍କା ଜବତ କରାଯାଇଛି। ସରିତାଙ୍କ ଆୟାବହିର୍ଭୁତ୍ତ ସମ୍ପତ୍ତି ତଦନ୍ତ ପାଇଁ ତିନିଟି ସ୍ଥାନରେ ସନ୍ଧାନ ଚାଲିଛି।

ଏ ସମ୍ପର୍କରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ମାମଲା ନଂ ୧୮ (୨୬.୦୮.୨୦୨୫) ଅନ୍ତର୍ଗତ ଦଫା ୭ ପିସି (ସଂଶୋଧନ) ଆଇନ, ୨୦୧୮ରେ ରୁଜୁ ହୋଇଛି। ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri