ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ପରିବାର ସହ…

ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ ମୃତ୍ୟୁ ହୋଇଥିବା ସୂଚନାରୁ ଜଣାପଡ଼ିଛି। ତେବେ କ୍ୟାପିଟାଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।

କ୍ୟାପିଟାଲ୍‌ ଥାନା ଅଧିକାରୀ ରାଧାକାନ୍ତ ସାହୁ କହିଛନ୍ତି, ଶଙ୍କର୍ଷଣ ତାଙ୍କ ପରିବାର ସହ ମନ୍ତ୍ରୀଙ୍କ କ୍ୱାର୍ଟର୍ସରେ ରହୁଥିଲେ। ବୁଧବାର ସକାଳେ କ୍ୱାର୍ଟର୍ସର ଫ୍ୟାନ୍‌ ସୁଇଚ୍‌ ମାରିବା ସମୟରେ ଶଙ୍କର୍ଷଣଙ୍କୁ ବିଦ୍ୟୁତ୍‌ ଆଘାତ ଲାଗିଥିଲା। ଫଳରେ ସେ ଅଚେତ୍‌ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ୍‌ ହସ୍ପିଟାଲ୍‌କୁ ନେଇଥିବାବେଳେ ଡାକ୍ତର ଶଙ୍କର୍ଷଣଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି। ତେବେ ପୋଲିସ ଏନେଇ ଅପମୃତ୍ୟୁ ମାମଲା ରୁଜୁ କରିଥିବାବେଳେ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ଦ୍ୱାରା ତଦନ୍ତ ହୋଇଛି କି ନାହିଁ ସେନେଇ ପୋଲିସ ମୁହଁ ଖୋଲୁନାହିଁ। ଅନ୍ୟପକ୍ଷରେ ଶଙ୍କର୍ଷଣଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରୁ ନ ଥିବାରୁ ଘଟଣା ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିନାହିଁ।

କ୍ୟାପିଟାଲ ହସ୍ପିଟାଲର ଡାଇରେକ୍ଟର ଇନ୍‌ଚାର୍ଜ ଡାକ୍ତର ସୁଶାନ୍ତ କୁମାର ନାୟକ କହିଛନ୍ତି ଯେ, ସେ ବାଟରେ ମରିଛନ୍ତି କି ଘରେ ମରିଛନ୍ତି, ସେ ବିଷୟରେ କହିିହେବନି। ଶବ ବ୍ୟବଛେଦ ରିପୋର୍ଟ ଆସିଲେ ତାହା ଜଣାପଡ଼ିବ। ଶବ ବ୍ୟବଛେଦ ରିପୋର୍ଟ ଆମେ ସାର୍ବଜନୀନ କରିପାରିବୁ ନାହିଁ। ଆମ ପୋଲିସକୁ ଦେବୁ ପୋଲିସ ତାର ତଦନ୍ତ କରିବ ବୋଲି ସେ କହିଛନ୍ତି।
ସୂଚନାଥାଉ କି, ପୂର୍ବରୁ ବିଜେଡ଼ି ମନ୍ତ୍ରୀ ଥିବା ନବ ଦାଶଙ୍କ କ୍ୱାର୍ଟର୍ସରୁ ତାଙ୍କ ଘରୋଇ ସହାୟକଙ୍କ ମୃତଦେହ ମିଳିଥିଲା। ସେହିପରି ଏକାଧିକ ବିଧାୟଙ୍କ ଘରୁ ସହାୟକଙ୍କ ମୃତଦେହ ମିଳିଛି। ଏହି ଘଟଣା ମଧ୍ୟ ରହସ୍ୟ ହୋଇ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri