ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର ଦାଶ।

ସୂଚନା ଅନୁଯାୟୀ, ଦୀର୍ଘଦିନ ହେବ ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ନିଜ ପଦବୀର ଅପବ୍ୟବହାର କରି ବିପୁଳ ପରିମାଣର ଆୟବର୍ହିଭୂତ ସମ୍ପତ୍ତି ଠୁଳ କରୁଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଗୁପ୍ତ ସୂଚନାକୁ ଭିତ୍ତି କରି ରବିବାର ସକାଳୁ ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ ଟିମ୍‌ ଗଠନ କରାଯାଇ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।

ଡିଆର୍‌ଡିଏ କାର୍ଯ୍ୟାଳୟରେ ଥିବା ତାଙ୍କ ସରକାରୀ କ୍ୱାର୍ଟର, ମାଥିଲି ବ୍ଲକ ସ୍ଥିତ କାର୍ଯ୍ୟାଳୟ ଓ ତାଙ୍କର ଭଡ଼ା ଘର। ରାଜଧାନୀ ଭୁବନେଶ୍ୱରରେ ଥିବା ତାଙ୍କର ନିଜସ୍ବ ବାସଭବନ ଓ ଅନ୍ୟାନ୍ୟ ସମ୍ପର୍କୀୟଙ୍କ ଘରେ ଚଢ଼ାଉ ଜାରି ରହିଛି।

ଏହି ସ୍ପେଶାଲ ଟିମ୍‌ରେ ଜଣେ ଅତିରିକ୍ତ ଏସ୍‌ପି, ୫ ଜଣ ଡିଏସ୍‌ପି, ଜଣେ ଇନ୍ସପେକ୍ଟରଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ସାମିଲ ଅଛନ୍ତି।

ଭିଜିଲାନ୍ସ ଅଧିକାରୀମାନେ ଜବତ ସୁନା ଅଳଙ୍କାର, ନଗଦ ଟଙ୍କା, ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ବ୍ୟାଙ୍କ ଆକାଉଣ୍ଟ ଏବଂ ଜମିଜମା ସମ୍ପର୍କିତ କାଗଜପତ୍ର ଯାଞ୍ଚ କରୁଛନ୍ତି। ଚଢ଼ାଉ ଶେଷ ହେବା ପରେ ମୋଟ୍‌ କେତେ କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଠାବ ହୋଇଛି, ସେ ନେଇ ତଥ୍ୟ ସାମ୍ନାକୁ ଆସିବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?