ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗ ଜିପିଏଚ୍‌ (ସାଧାରଣ ଜନ ସ୍ବାସ୍ଥ୍ୟ ବିଭାଗ) ସେକ୍ସନ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଭବାନୀପାଟଣା ସହରସ୍ଥିତ ମନ୍ଦାର ବଗିଚାପଡ଼ାରେ ଥିବା ତାଙ୍କ ବାସଭବନ, ନର୍ଲା ବ୍ଲକ ବଲବସପୁର ଗ୍ରାମରେ ଥିବା ପୈତୃକ ଘର ସମେତ ସରକାରୀ ଅଫିସରେ ଏକକାଳୀନ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ବିଭାଗ। ଚଢ଼ାଉ ବେଳେ ଭବାନୀପାଟଣା ସହରରେ ୧ କୋଟି ୧୦ ଲକ୍ଷର ୩ ମହଲା ଘର, ୨ଟି ପ୍ଲଟ, ୧ କୋଟି ୫୪ ଲକ୍ଷର ବ୍ୟାଙ୍କ, ଡାକ ବୀମା ରାଶି ଜମା, ନଗଦ ୨ ଲକ୍ଷ ୬୫ ହଜାର ଟଙ୍କା, ସୁନା ୪୪୧ ଗ୍ରାମ, ରୁପା ୭ ଶହ ଗ୍ରାମ ଆଦି ଜବତ କରାଯାଇଛି। କଳାହାଣ୍ଡି, ଜୟପୁର ଓ କୋରାପୁଟ ଭିଜିଲାନ୍ସ ବିଭାଗର ଜଣେ ଅତିରିକ୍ତ ଏସ୍‌ପିଙ୍କ ସମେତ ୩ ଡିଏସ୍‌ପି, ୪ ଇନ୍ସପେକ୍ଟର ଚଢ଼ାଉରେ ସାମିଲ ହୋଇଛନ୍ତି। ବର୍ତ୍ତମାନ ବି ଚଢ଼ାଉ ଜାରି ରହିଥିବାବେଳେ ଆଗକୁ ଆହୁରି ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri