ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଭୁବନେଶ୍ୱର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ସୋମବାର ଭିଜିଲାନ୍ସ ଜାଲରେ ଫସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ମାନସଙ୍କ ଭୁବନେଶ୍ୱରସ୍ଥିତ ସରକାରୀ କାର୍ଯ୍ୟାଳୟ, ଜଗତ୍‌ସିଂହପୁର ଜିଲା କୁଜଙ୍ଗ ନିକଟ ଗାଣ୍ଡିକାପୁରସ୍ଥିତ ସମ୍ପର୍କୀୟ ଘର ଓ କଟକ ଜିଲା ସାଲେପୁରସ୍ଥିତ ବନ୍ଧୁଙ୍କ ଘର ସମେତ ୭ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଭିଜିଲାନ୍ସର ୭ଟି ଟିମ୍‌ରେ ୩ଜଣ ଡିଏସ୍‌ପି, ୧୧ଜଣ ଇନ୍ସପେକ୍ଟର, ୨ଜଣ ସବ୍‌-ଇନ୍ସପେକ୍ଟର, ୫ଜଣ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ରହିଛନ୍ତି। ଚଢ଼ାଉ ସହ ଯାଞ୍ଚ ଜାରି ରହିଥିବାବେଳେ ମାନସ ଓ ତାଙ୍କ ପରିବାର ସଦସ୍ୟଙ୍କ ନାମରେ ବହୁ କୋଟିର ସମ୍ପତ୍ତି ଠାବ ହୋଇଛି। ଭିଜିଲାନ୍ସ ରିପୋର୍ଟ ଅନୁଯାୟୀ, ମାନସଙ୍କ ବ୍ୟାଙ୍କ ଓ ଜୀବନବୀମା ପଲିସିରେ ୧.୪୬ କୋଟି ଟଙ୍କା ଜମାରାଶି ରହିଛି। କଟକ ସିଡିଏ ସେକ୍ଟର-୭ରେ ପ୍ଲଟ ନଂ.ଇ/୧୨୧ରେ ଥିବା ୩ ମହଲା କୋଠା, ଜଟଣୀ କଣ୍ଟିଲୋସ୍ଥିତ ସୃଷ୍ଟି ପ୍ଲାଜା ଆପାର୍ଟମେଣ୍ଟରେ ଥିବା ୨୨.୭୬ ଲକ୍ଷ ଟଙ୍କାର ଗୋଟିଏ ଫ୍ଲାଟ୍‌, କଟକ ଜିଲା ସାଲେପୁରସ୍ଥିତ ଚମ୍ପତିପାଟଣାରେ ଥିବା ଏକ ମହଲା କୋଠା ଠାବ ହୋଇଛି। ଭିଜିଲାନ୍ସର ଟେକ୍‌ନିକାଲ୍‌ ଓ୍ବିଙ୍ଗ୍‌ ପକ୍ଷରୁ ଏସବୁର ପ୍ରକୃତ ମୂଲ୍ୟ ହିସାବ କରାଯାଉଛି। ସେହିପରି ତାଙ୍କ ନାମରେ କଟକ ଜିଲା ଫୁଲନଖରା ଓ ଖୋର୍ଦ୍ଧା ଜିଲା ନାରଣଗଡ଼ରେ ଗୋଟିଏ ଲେଖାଏ ୨ଟି ପ୍ଲଟ୍‌ ମଧ୍ୟ ରହିଛି। କବଲା ସମୟରେ ଏହାର ପ୍ରକୃତ ମୂଲ୍ୟ ଲୁଚାଯାଇଥିବା ଭିଜିଲାନ୍ସ ସନ୍ଦେହ କରୁଛି। ସେହିପରି ତାଙ୍କ ଘରୁ ନଗଦ ୫୪ ହଜାର ୪୭ ଟଙ୍କା, ୧୨.୬୪ ଲକ୍ଷ ଟଙ୍କାର ଗୋଟିଏ ଚାରିଚକିଆ ଯାନ, ୨.୬୧ ଲକ୍ଷ ଟଙ୍କାର ୪ଟି ବାଇକ, ୩.୪ ଲକ୍ଷ ଟଙ୍କାର ସୁନା ଅଳଙ୍କାର, ୫.୩୪ ଲକ୍ଷ ଟଙ୍କାର ଘରୋଇ ଉପକରଣ ଠାବ କରାଯାଇଛି। ଏସବୁ ସମ୍ପତ୍ତିର ମୂଲ୍ୟ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବା ଆକଳନ କରାଯାଇଛି। ତେବେ ମାନସଙ୍କୁ ପଚରାଉଚରା ସହ ଚଢ଼ାଉ ଓ ଯାଞ୍ଚ ଜାରି ରହିଥିବାରୁ ତାଙ୍କ ସମ୍ପତ୍ତି ପରିମାଣ ଆହୁରି ବଢ଼ିପାରେ ବୋଲି ଭିଜିଲାନ୍ସ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?