ଅବସରନେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ, ମୁଖ୍ୟ କିରାଣି

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ଗୌଡ ସୋମବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ତେଣୁ ତାଙ୍କର ସହକର୍ମୀ ଯନ୍ତ୍ରୀ ଏବଂ ଅନ୍ୟ କର୍ମଚାରୀ ମାନେ ସୋମବାର ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ।

ସୂଚନାଯୋଗ୍ୟ, ସନ୍ତୋଷଙ୍କ ପ୍ରଚେଷ୍ଟା ରେ ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ, ବେଲେଶ୍ୱର ପୀଠ, ବିଡେକା ଭଳି ଅନୁଷ୍ଠାନ ପ୍ରତିଷ୍ଠା ହୋଇପାରିଛି। ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ଜଳସମ୍ପଦ ବିଭାଗ ଦ୍ୱାରା ପରିଚାଳିତ ହେଉଛି। ସନ୍ତୋଷ ଏଠି ଦୀର୍ଘ ବର୍ଷ ଧରି ଜଳସମ୍ପଦ ବିଭାଗର ବିଭିନ୍ନ ଦାୟିତ୍ୱରେ ଥିବା ସମୟରେ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନର ବିକାଶ କରିଥିବା ସହଯୋଗୀ ମାନେ କହିଛନ୍ତି।

ସେହିଭଳି ଜଳସମ୍ପଦ ବିଭାଗ କର୍ମଚାରୀଙ୍କ ଦ୍ୱାରା ବିଡେକା ଭଳି ସ୍ବେଛାସେବୀ ଅନୁଷ୍ଠାନ ପ୍ରତିଷ୍ଠା ହୋଇପାରିଛି। ବିଡେକା ଦ୍ୱାରା ରାଜ୍ୟର ଜଣାଶୁଣା ଧର୍ମାନୁଷ୍ଠାନ ବେଲେଶ୍ୱର ପୀଠ ପରିଚାଳିତ ହେଉଛି। ସନ୍ତୋଷ ବର୍ତ୍ତମାନ ବିଡେକାର ସମ୍ପାଦକ ମଧ୍ୟ ଅଛନ୍ତି। ଏଥିସହ ମାଧବରିଡା ସହକାରୀ ଯନ୍ତ୍ରୀ ଦିନବନ୍ଧୁ ବେହେରା ମଧ୍ୟ ସୋମବାର ଅବସର ନେଇଛନ୍ତି। ତାଙ୍କୁ ମଧ୍ୟ କାର୍ଯ୍ୟାଳୟର ଯନ୍ତ୍ରୀ, କର୍ମଚାରୀ ମାନେ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି।

ସେହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ମୁଖ୍ୟ କିରାଣି  ଦାମୋଦର ରଥ ମଧ୍ୟ ଚାକିରିରୁ ଅବସର ନେଇଛନ୍ତି। ତେଣୁ ସନ୍ଧ୍ୟାରେ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ମୁଖ୍ୟ କିରାଣି ରଥଙ୍କୁ ବିଦାୟ ସମ୍ବର୍ଦ୍ଧନା ସହ ଅବସରକାଳୀନ ଆବଶ୍ୟକ କାଗଜ ପତ୍ର ପ୍ରଦାନ କରିଥିଲେ। ଏହି ସମୟରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ଡ ରବିନ୍ଦ୍ର ମିଶ୍ର, ଲେଫ୍ଟାନାଣ୍ଡ ରଜନୀ କାନ୍ତ ତ୍ରିପାଠୀ, ଅବସରପ୍ରାପ୍ତ ପ୍ରାଧ୍ୟାପକ ବିଭୂତି ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri