ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ୍‌-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସର ଟିମ୍‌ ଚଢ଼ାଉ ଜାରିରଖିଛି। ତେବେ ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ରାଜଧାନୀର ନୂଆପଲ୍ଲୀ, ନୂଆଗାଁ, ବାଲିଅନ୍ତା, ନହରକଣ୍ଟା, ୟୁନିଟ-୩ ଅଫିସ ସହ କୁରୁଣ୍ଟି ସ୍ଥିତ ସମ୍ପର୍କୀୟ ଘରେ ମଧ୍ୟରେ ଚଢ଼ାଉ ହୋଇଛି। ଏହାସହ ବ୍ରହ୍ମପୁରସ୍ଥିତ ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଥିବା ତାଙ୍କ ପୈତୃକ ଘରେ ମଧ୍ୟ ଚଢ଼ାଉ ଚାଲିଛି।