ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭଞ୍ଜନଗର,୩୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାସ୍ଥିତ ବାଘୁଆ ଜଳସେଚନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଦ୍ୱାରା ଦ୍ୱାରା ଜାରି ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଜଣେ ଅତିରିକ୍ତ ଏସ୍‌ପି, ୯ ଇସ୍ସପେକ୍ଟର ଏବଂ ଅନ୍ୟ ଷ୍ଟାଫ୍‌ଙ୍କ ସହାୟତାରେ ଗଞ୍ଜାମ ଜିଲାର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଚଢ଼ାଉ ଚାଲିଥିବାରୁ ସମ୍ପତ୍ତି ଆକଳନ ହୋଇପାରିନାହିଁ ବୋଲି ଜଣେ ଅଧିକାରୀ କହିଛନ୍ତି।