Posted inରାଜ୍ୟ

ଜେଲ ଗଲେ କୋଟିପତି ସହକାରୀ ଅଧିକାରୀ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରାଣୀ ବିଜ୍ଞାନ ବିଭାଗର ବରିଷ୍ଠ ସହକାରୀ ଅଧିକାରୀ ଅଶୋକ କୁମାର ମିଶ୍ରଙ୍କୁ କଟକସ୍ଥିତ ଭିଜିଲାନ୍ସ କାର୍ଯ୍ୟାଳୟରେ ପଚରାଉଚରା କରାଯାଇଥିଲା। ରବିବାର ତାଙ୍କୁ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଜାମିନ ଆବେଦନ ଖାରଜ ହୋଇଯିବାରୁ ତାଙ୍କୁ ଝାରପଡ଼ା ସ୍ବତନ୍ତ୍ର କାରାଗାରକୁ ପଠାଇ ଦିଆଯାଇଛି। ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ସେ ସେଠାରେ ବିଚାର ବିଭାଗୀୟ ହାଜତରେ ରହିବେ।
ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ପକ୍ଷରୁ ଜାରି ସର୍ଚ୍ଚ ଓ୍ବାରେଣ୍ଟକୁ ଭିତ୍ତି କରି ଶନିବାର ଭିଜିଲାନ୍ସ ଟିମ୍‌ ଅଶୋକଙ୍କ ମଞ୍ଚେଶ୍ୱରସ୍ଥିତ ୨ମହଲା କୋଠା, ପଟିଆ ପ୍ରଶାନ୍ତ ବିହାରସ୍ଥିତ ୨ ମହଲା କୋଠା, ବାଣୀବିହାର କ୍ୟାମ୍ପସସ୍ଥିତ ସରକାରୀ କ୍ୱାର୍ଟର, ସାଲେପୁର ଥାନା ଅନ୍ତର୍ଗତ ଦୁର୍ଗାପୁରସ୍ଥିତ ପୈତୃକ ବାସଭବନ, ବାଣୀବିହାର ଡିଡିସିଇରେ ଥିବା ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ଅଧିକାରୀମାନେ ଏକକାଳୀନ ଚଢ଼ାଉ କରିଥିଲେ। ଯାଞ୍ଚବେଳେ ଅଶୋକଙ୍କ ନିକଟରୁ ୧ କୋଟି ୩୮ଲକ୍ଷ ୨୭ ହଜାର ୭୫୫ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ଏସବୁ ସମ୍ପତ୍ତି ଅଶୋକ ଓ ତାଙ୍କ ପରିବାର ଲୋକଙ୍କ ନାମରେ ରହିଥିବାବେଳେ ଆୟ ବହିର୍ଭୂତ ସମ୍ପତ୍ତି ପରିମାଣ ଜାଣିବା ପାଇଁ ଭିଜିଲାନ୍ସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri