ଭିଜିଲାନ୍ସ ଜାଲରେ ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ

ପିପିଲି, ୧୧।୮(ସ୍ବ.ପ୍ର./ଡି.ଏନ୍‌.ଏ): ସରକାରୀ ସହାୟତା ମଞ୍ଜୁର ପାଇଁ ଜଣେ ଚାଷୀଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ନେଇ ପିପିଲି ପ୍ରାଣୀ ଚିକିତ୍ସା କେନ୍ଦ୍ରର ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ ଡା. ଶୁଭ୍ରାଂଶୁ ସାହୁ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମରେ ୟୁ/ସି ୭ପିସି ଆକ୍ଟ-୨୦୧୮ ଦଫାରେ କେସ୍‌ ନଂ. ୨୧/୨୦ ରୁଜୁ କରାଯାଇଛି। ଏ ନେଇ ତଦନ୍ତ ଜାରି ରହିଥିବା ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ପିପିଲି ବ୍ଲକ ମଙ୍ଗଳପୁର ପଞ୍ଚାୟତ ଅଧୀନ ମାଟିଆପଡ଼ା ଗ୍ରାମର ସନାତନ ବେହେରା କୁକୁଡ଼ା ଚାଷ କରିଥିଲେ। ତେବେ ଫନୀ ବାତ୍ୟାରେ ବହୁ କୁକୁଡ଼ା ମରିଯିବାରୁ ତାଙ୍କର ବ୍ୟାପକ କ୍ଷତି ଘଟିଥିଲା। ସେ ସରକାରୀ ସହାୟତା ପାଇବା ପାଇଁ ପିପିଲି ପ୍ରାଣୀ ଚିକିତ୍ସା କେନ୍ଦ୍ରର ଦ୍ୱାରସ୍ଥ ହୋଇଥିଲେ। ବାରମ୍ବାର ଦୌଡ଼ି ମଧ୍ୟ ସହାୟତା ମିଳି ନ ଥିଲା। ଅନ୍ୟପକ୍ଷରେ ସହାୟତା ମଞ୍ଜୁର କରିବା ଲାଗି ସହକାରୀ ପ୍ରାଣୀ ଚିକିତ୍ସା ଅଧିକାରୀ ସାହୁ ତାଙ୍କୁ ୬ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଫଳରେ ସନାତନ ଭିଜିଲାନ୍ସ ବିଭାଗକୁ ଏ ନେଇ ଅଭିଯୋଗ ଜଣାଇଥିଲେ। ଆଗରୁ ମଧ୍ୟ ଅନେକ ଚାଷୀଙ୍କୁ ସାହୁ ଲାଞ୍ଚ ମାଗିଥିବାର ଅଭିଯୋଗ ଭୁବନେଶ୍ୱର ଭିଜିଲାନ୍ସ ପାଖରେ ହୋଇଥିଲା। ତେଣୁ ସାହୁଙ୍କୁ ଗିରଫ କରିବା ପାଇଁ ଭିଜିଲାନ୍ସ ବିଭାଗ ଯୋଜନା ପ୍ରସ୍ତୁତ କରିଥିଲା। ସେହି ଅନୁସାରେ ସୋମବାର ସନାତନ ରାସାୟନିକ ବୋଳା ଟଙ୍କାକୁ ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ ସାହୁଙ୍କୁ ସିଧାସଳଖ ଦେବାବେଳେ ଆଗରୁ ସେଠାରେ ଲୁଚି ରହିଥିବା ଭୁବନେଶ୍ୱରର ଭିଜିଲାନ୍ସ ଟିମ୍‌ ତାଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?