Posted inଜାତୀୟ

ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ମିଳିବ ଏକ ଲକ୍ଷ ପୁରସ୍କାର…

ଲକ୍ଷ୍ନୌ,୨୩।୧୦: ଏଣିକି ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ସରକାର ଏକ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରିବେ। ଏସମ୍ପର୍କରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଅଚିହ୍ନା ଲୋକଙ୍କୁ ସହାୟତା କରିଥିବା ଲୋକଙ୍କ ମହାନ କାର୍ଯ୍ୟ ପାଇଁ ଏଭଳି ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି। ରାଜ୍ୟ ପରିବହନ ଆୟୁକ୍ତ ଧୀରଜ ସାହୁ ଏନେଇ ସୂଚନା ପ୍ରଦାନ କରିଛନ୍ତି। ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ସ୍ବୀକୃତି ମିଳିଥିବା ସେ କହିଛନ୍ତି।

୨୦୨୧ ଅକ୍ଟୋବରଠାରୁ ରାଜ୍ୟ ବ୍ୟାପୀ ଏହି ପ୍ରୋତ୍ସାହନ ଯୋଜନା ଲାଗୁ କରାଯାଇଛି। ଏକ ରିପୋର୍ଟ ଅନୁସାରେ ରାଜ୍ୟରେ ପ୍ରତି ଏକ ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟୁଛି। ଦୁର୍ଘଟଣାରେ ଆହତଙ୍କୁ ଶୀଘ୍ର ସହାୟତା ଯୋଗାଇ ଦେବା ଲାଗି ଏହି ଯୋଜନା ଉପଯୋଗୀ ହୋଇପାରିବ ବୋଲି ରାଜ୍ୟ ସରକାର କହିଛନ୍ତି।

ରାଜ୍ୟ ପରିବହନ ବିଭାଗ ଅନୁସାରେ ପୂର୍ବରୁ ଏଥିପାଇଁ ୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଉଥିଲା।
ପ୍ରତିବର୍ଷ ଏହି ଯୋଜନା ଅନ୍ତର୍ଗତ ରାଜ୍ୟରେ ୧୦ ଜଣ ଲୋକଙ୍କୁ ସମ୍ମାନୀତ କରାଯିବ ବୋଲି ପରିବହନ ବିଭାଗ ପକ୍ଷରୁ କୁହାଯାଇଛି। ସହାୟତାକାରୀଙ୍କୁ ସର୍ବାଧିକ ଲକ୍ଷେ ଟଙ୍କା ଏବଂ ସର୍ବନିମ୍ନ ୫ ହଜାର ଟଙ୍କା ପ୍ରଦାନ କରାଯିବା ଲାଗି ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri