ଆସ୍ଥା ଭୋଟ୍‌ରେ ହାରିଲେ ପାଟଣା ବ୍ଲକ ଅଧ୍ୟକ୍ଷା, ନୂତନ ଅଧ୍ୟକ୍ଷା ହେଲେ…

ପାଟଣା,୧୪ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଗତ ଜାନୁଆରୀ ୪ରେ ଆଗତ ଅନାସ୍ଥା ପ୍ରସ୍ତାବ ନେଇ ବ୍ଲକ ସଭାଗୃହରେ ମତଦାନ ହୋଇଥିଲା। ମୋଟ୍‌ ୩୪ଜଣ ସଭ୍ୟାସଭ୍ୟ ମତଦାନ କରିଥିଲେ। ଶୁକ୍ରବାର କଡ଼ା ସୁରକ୍ଷା ଭିତରେ ପୂର୍ବାହ୍ନ ୧୧ଟା ୩୦ରେ ଭୋଟ୍‌ ଗଣତି ଅନୁଷ୍ଠିତ ହୋଇଛି। ୩୪ ଭୋଟ ମଧ୍ୟରୁ ଅନାସ୍ଥା ସପକ୍ଷରେ ୩୩ ଭୋଟ୍‌ ପଡ଼ିଥିବା ବେଳେ ବିପକ୍ଷରେ ଗୋଟିଏ ମାତ୍ର ଭୋଟ ପଡ଼ିଥିବା ରିଟର୍ନିଂ ଅଫିସର ସାହାରପଡ଼ା ବିଡିଓ ରଞ୍ଜିତ ମହାନ୍ତ କହିଛନ୍ତି। ବର୍ତ୍ତମାନ ସେ ଉପାଧ୍ୟକ୍ଷା କାମଚଳା ବ୍ଲକ ଅଧ୍ୟକ୍ଷା ରହିବେ। ସବ୍‌କଲେକ୍ଟରିଙ୍କ ନିଯୁକ୍ତି ପରେ ସ୍ଥାୟୀ ବ୍ଲକ ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇବେ। ଆଜିର ଭୋଟ୍‌ ଗଣତି ପକ୍ରିୟାରେ ନିର୍ବାଚନ ଅଧିକାରୀ ଭାବେ ସାହାରପଡ଼ା ବିଡିଓ ମହାନ୍ତଙ୍କ ସହ ପାଟଣା ତହସିଲଦାର ଲୀଳାବତୀ ନାୟକ, ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ, ଘଟଗାଁ ଏବିଡିଓ ଚିତ୍ତରଞ୍ଜନ ନାୟକ, ଜିପିଡିଓ ରଶ୍ମୀରେଖା ମହାନ୍ତି, ପ୍ରମୁଖଙ୍କ ଉପସ୍ଥିତିରେ କଡ଼ାସୁରକ୍ଷା ବ୍ୟବସ୍ଥାରେ ଗଣତି ଅନୁଷ୍ଠିତ ହୋଇଥିଲା।

ଘଟଗାଁ ଏସ୍‌ଡିପିଓ ପ୍ରଭାତ କୁମାର ତ୍ରିପାଠୀ, ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼ ପ୍ରମୁଖ ୧ ସେକ୍ସନ ପୋଲିସ ଫୋର୍ସ ମୁତୟନ କରି ଆଇନ ଶୃଙ୍ଖଳା ରକ୍ଷା କରିଥିଲେ।

ସୂଚନା ଯେ, ହାଇକୋର୍ଟଙ୍କ ମଧ୍ୟବର୍ତ୍ତୀ କାଳୀନ ନିର୍ଦ୍ଦେଶରେ ଗଣତିକୁ ସ୍ଥଗିତ ରଖା ଯାଇଥିଲା। ହାଇକୋର୍ଟର ମାନ୍ୟବର ବିଚାରପତି ଜଷ୍ଟିସ୍‌ ଆର୍‌ କେ ପଟ୍ଟନାୟକ ଗତ ଏହି ମାମଲାର ଶୁଣାଣି କରି ତାଙ୍କ ନିର୍ଦ୍ଦେଶ ଡବ୍ଲ୍ୟୁପି (ସି) (୩୪)୨୦୨୫ ସଂରକ୍ଷିତ ଥିବା ଅନାସ୍ଥା ପ୍ରସ୍ତାବ ଭୋଟ୍‌ ଗଣତି ପାଇଁ ପୁନର୍ବାର ନିର୍ଦ୍ଦେଶ ଦେଇଥିଲେ ପାଟଣା ବ୍ଲକ ରାଜନୀତିର ଦୀର୍ଘ ୧ ମାସ ୧୩ ଦିନର ସସ୍ପେନ୍ସ ପରେ ଆଜି ସବୁ ସସ୍ପେନ୍ସ ହଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri