ଆଜ୍‌ମା ପ୍ରତି ଯତ୍ନବାନ୍‌ ହେବା ଦରକାର

ଆମେ ସମ୍ମୁଖୀନ ହେଉଥିବା କେତେକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ଆଜ୍‌ମା ଅନ୍ୟତମ। ଏହା ଏକ ଶ୍ୱାସଜନିତ ରୋଗ। ଆଜ୍‌ମା ଏଭଳି ଏକ ରୋଗ ଯାହା ଗୁରୁତର ଆକାର ଧାରଣକଲେ ଜୀବନନାଶକ ସାଜିବା ଯଥେଷ୍ଟ ଆଶଙ୍କା ରହିଛି। ଆଜ୍‌ମା ସମ୍ପର୍କରେ ଜନସଚେତନତା ସୃଷ୍ଟିକରିବା ଲାଗି ପ୍ରତିବର୍ଷ ମେ’ ୭ ତାରିଖକୁ ‘ବିଶ୍ୱ ଆଜ୍‌ମା ଦିବସ’ ଭାବରେ ପାଳନ କରାଯାଇଥାଏ। ବିଶେଷଭାବରେ ଏହାର କାରଣ ଏବଂ ଠିକ୍‌ ସମୟରେ ଚିକିତ୍ସା ଉପରେ ଗୁରୁତ୍ୱ ଦେଲେ ଆକ୍ରାନ୍ତ ବ୍ୟକ୍ତି ଏଥିରୁ ଅନେକାଂଶରେ ଉପଶମ ଲାଭ କରିପାରିବ। ଏହି ଦିବସ ଅବସରରେ ପ୍ରତିବର୍ଷ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଓ୍ବାଲର୍‌ଡ ହେଲ୍‌ଥ ଅର୍ଗାନାଇଜେଶନ) ତରଫକୁ ଏକ ପ୍ରସଙ୍ଗ ଘୋଷଣା କରାଯାଇଥାଏ। ଏ ନେଇ ଚଳିତ ବର୍ଷର ପ୍ରସଙ୍ଗ ରହିଛି-‘ସମସ୍ତେ ଆଜ୍‌ମା ପ୍ରତି ଯତ୍ନବାନ୍‌ ହେବା ଦରକାର’। ୧୯୯୮ରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ପ୍ରଥମ ଥର ପାଇଁ ବିଶ୍ୱ ଆଜ୍‌ମା ଦିବସ ପାଳନ କରାଯାଇଥିଲା। ସେତେବେଳେ ଏହି ଦିବସ ମାତ୍ର ୩୫ ଦେଶରେ ପାଳିତ ହୋଇଥିଲା। କିନ୍ତୁ ଏବେ ପ୍ରାୟ ପ୍ରତ୍ୟେକ ଦେଶରେ ଉକ୍ତ ଦିବସ ପାଳନ ହେବା ସହ ଏ ନେଇ ଜନସଚେତନତା ସୃଷ୍ଟି କରାଯାଉଛି। ଜଣେ ବ୍ୟକ୍ତି ଆଜ୍‌ମା ସମସ୍ୟା ବିଷୟରେ ଅବଗତ ହେବା ନିହାତି ଦରକାର। ପିଲାଠାରୁ ବୟସ୍କ ବ୍ୟକ୍ତି-ଯେକେହି ବି ଏଥିରେ ଆକ୍ରାନ୍ତ ହୋଇପାରନ୍ତି। ଏହି ରୋଗରେ ଆକ୍ରାନ୍ତ ହେଲେ ଫୁସ୍‌ଫୁସ୍‌ (ଲଙ୍ଗ୍‌ସ୍‌)ର କାର୍ଯ୍ୟଧାରା ପ୍ରଭାବିତ ହୋଇଥାଏ। ଫଳରେ ଆକ୍ରାନ୍ତ ବ୍ୟକ୍ତି ଠିକ୍‌ ଭାବରେ ଶ୍ୱାସକ୍ରିୟା କରିବାରେ ଅସମର୍ଥ ହୋଇଥାଏ। ତେଣୁ ଶ୍ୱାସକ୍ରିୟାଜନିତ ସମସ୍ୟା ଦେଖାଯିବା ମାତ୍ରେ ବିଳମ୍ବ ନ କରି ଅଭିଜ୍ଞ ଡାକ୍ତରଙ୍କ ସହ ପରାମର୍ଶ କରିବା ନିହାତି ଦରକାର। ଯଦି ଆପଣ ଆଜ୍‌ମା ଦ୍ୱାରା ଆକ୍ରାନ୍ତ ତେବେ ଠିକ୍‌ ସମୟରେ ଚିକିତ୍ସିତ ହେବା ସହ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ସ୍ବାସ୍ଥ୍ୟ ପରୀକ୍ଷା କରାଇନେବାକୁ ଭୁଲନ୍ତୁ ନାହିଁ। ଏଭଳି ସମସ୍ୟାକୁ ଅବହେଳାକଲେ ତାହା ପରବର୍ତ୍ତୀ ସମୟରେ ଜଟିଳ ଆକାର ଧାରଣ କରିଥାଏ ଏପରିକି ଆକ୍ରାନ୍ତ ବ୍ୟକ୍ତି ଅକାଳ ମୃତ୍ୟୁମୁଖରେ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?