Odisha Elections 2024

ଆଜ୍‌ମା ପ୍ରତି ଯତ୍ନବାନ୍‌ ହେବା ଦରକାର

ଆମେ ସମ୍ମୁଖୀନ ହେଉଥିବା କେତେକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ଆଜ୍‌ମା ଅନ୍ୟତମ। ଏହା ଏକ ଶ୍ୱାସଜନିତ ରୋଗ। ଆଜ୍‌ମା ଏଭଳି ଏକ ରୋଗ ଯାହା ଗୁରୁତର ଆକାର ଧାରଣକଲେ ଜୀବନନାଶକ ସାଜିବା ଯଥେଷ୍ଟ ଆଶଙ୍କା ରହିଛି। ଆଜ୍‌ମା ସମ୍ପର୍କରେ ଜନସଚେତନତା ସୃଷ୍ଟିକରିବା ଲାଗି ପ୍ରତିବର୍ଷ ମେ’ ୭ ତାରିଖକୁ ‘ବିଶ୍ୱ ଆଜ୍‌ମା ଦିବସ’ ଭାବରେ ପାଳନ କରାଯାଇଥାଏ। ବିଶେଷଭାବରେ ଏହାର କାରଣ ଏବଂ ଠିକ୍‌ ସମୟରେ ଚିକିତ୍ସା ଉପରେ ଗୁରୁତ୍ୱ ଦେଲେ ଆକ୍ରାନ୍ତ ବ୍ୟକ୍ତି ଏଥିରୁ ଅନେକାଂଶରେ ଉପଶମ ଲାଭ କରିପାରିବ। ଏହି ଦିବସ ଅବସରରେ ପ୍ରତିବର୍ଷ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଓ୍ବାଲର୍‌ଡ ହେଲ୍‌ଥ ଅର୍ଗାନାଇଜେଶନ) ତରଫକୁ ଏକ ପ୍ରସଙ୍ଗ ଘୋଷଣା କରାଯାଇଥାଏ। ଏ ନେଇ ଚଳିତ ବର୍ଷର ପ୍ରସଙ୍ଗ ରହିଛି-‘ସମସ୍ତେ ଆଜ୍‌ମା ପ୍ରତି ଯତ୍ନବାନ୍‌ ହେବା ଦରକାର’। ୧୯୯୮ରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ପ୍ରଥମ ଥର ପାଇଁ ବିଶ୍ୱ ଆଜ୍‌ମା ଦିବସ ପାଳନ କରାଯାଇଥିଲା। ସେତେବେଳେ ଏହି ଦିବସ ମାତ୍ର ୩୫ ଦେଶରେ ପାଳିତ ହୋଇଥିଲା। କିନ୍ତୁ ଏବେ ପ୍ରାୟ ପ୍ରତ୍ୟେକ ଦେଶରେ ଉକ୍ତ ଦିବସ ପାଳନ ହେବା ସହ ଏ ନେଇ ଜନସଚେତନତା ସୃଷ୍ଟି କରାଯାଉଛି। ଜଣେ ବ୍ୟକ୍ତି ଆଜ୍‌ମା ସମସ୍ୟା ବିଷୟରେ ଅବଗତ ହେବା ନିହାତି ଦରକାର। ପିଲାଠାରୁ ବୟସ୍କ ବ୍ୟକ୍ତି-ଯେକେହି ବି ଏଥିରେ ଆକ୍ରାନ୍ତ ହୋଇପାରନ୍ତି। ଏହି ରୋଗରେ ଆକ୍ରାନ୍ତ ହେଲେ ଫୁସ୍‌ଫୁସ୍‌ (ଲଙ୍ଗ୍‌ସ୍‌)ର କାର୍ଯ୍ୟଧାରା ପ୍ରଭାବିତ ହୋଇଥାଏ। ଫଳରେ ଆକ୍ରାନ୍ତ ବ୍ୟକ୍ତି ଠିକ୍‌ ଭାବରେ ଶ୍ୱାସକ୍ରିୟା କରିବାରେ ଅସମର୍ଥ ହୋଇଥାଏ। ତେଣୁ ଶ୍ୱାସକ୍ରିୟାଜନିତ ସମସ୍ୟା ଦେଖାଯିବା ମାତ୍ରେ ବିଳମ୍ବ ନ କରି ଅଭିଜ୍ଞ ଡାକ୍ତରଙ୍କ ସହ ପରାମର୍ଶ କରିବା ନିହାତି ଦରକାର। ଯଦି ଆପଣ ଆଜ୍‌ମା ଦ୍ୱାରା ଆକ୍ରାନ୍ତ ତେବେ ଠିକ୍‌ ସମୟରେ ଚିକିତ୍ସିତ ହେବା ସହ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ସ୍ବାସ୍ଥ୍ୟ ପରୀକ୍ଷା କରାଇନେବାକୁ ଭୁଲନ୍ତୁ ନାହିଁ। ଏଭଳି ସମସ୍ୟାକୁ ଅବହେଳାକଲେ ତାହା ପରବର୍ତ୍ତୀ ସମୟରେ ଜଟିଳ ଆକାର ଧାରଣ କରିଥାଏ ଏପରିକି ଆକ୍ରାନ୍ତ ବ୍ୟକ୍ତି ଅକାଳ ମୃତ୍ୟୁମୁଖରେ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଭୁଲ୍‌ରେ ବି ରଖନ୍ତୁ ନାହିଁ ଏସବୁ ଜିନିଷ; ମାଡ଼ିଆସିବ ବିପଦ, ବଢ଼ିବ ଅଶାନ୍ତି…

ଜାଣତରେ ହେଉ ଅବା ଅଜାଣତରେ ଆମ ଘରେ ଏମିତି କିଛି ଜିନିଷ ରହିଯାଇଥାଏ; ଯାହା ଗୃହରେ ନକାରାତ୍ମକ ଶକ୍ତିକୁ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। ଫଳରେ...

ବାସ୍ତୁ ଅନୁଯାୟୀ ଘରର କେଉଁ ରୁମ୍‌ରେ କି ରଙ୍ଗ ଦେଲେ ଶୁଭ? ବଢ଼ିବ ସୁଖଶାନ୍ତି, ଦୂର ହେବ…

ଘରକୁ ଆକର୍ଷଣୀୟ କରିବା ପାଇଁ ଏହାର ପ୍ରତି ରୁମ୍‌ ତଥା କାନ୍ଥ ଓ ଛାତରେ ଆମେ ବିଭିନ୍ନ ପ୍ରକାରର ରଙ୍ଗ ଦେଇଥାଉ। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ,...

ଚାଣକ୍ୟ କହିଥିବା ଏହି ୫ କଥା ମନେ ରଖନ୍ତୁ, ଜୀବନରେ କେବେ ହେବେ ନାହିଁ ଦରିଦ୍ର, ରହିବ ମା’ ଲକ୍ଷ୍ମୀଙ୍କ କୃପା…

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ...

କେମିତି କମାଇବେ ଘର ଖର୍ଚ୍ଚ: ଆପଣାନ୍ତୁ ଏହି ଟିପ୍ସ

ବେଳେବେଳେ ସ୍ବାମୀଙ୍କର ଖର୍ଚ୍ଚୀ ସ୍ବଭାବ ଘରର ଆର୍ଥିକ ସ୍ଥିତିକୁ ବିଗାଡ଼ି ଦେଇଥାଏ। ଏଥିପାଇଁ ଅନେକ ସମୟରେ ସୁରୁଖୁରୁରେ ଘର ଚଳାଇବା ସମସ୍ୟା ହୋଇପଡେ ଗୃହିଣୀଙ୍କ ପାଇଁ।...

ଯନ୍ତ୍ରଣାର ଉତ୍ସ ଭାରିକୋଜ୍‌ ଭେନ୍‌

ଯନ୍ତ୍ରଣା ଭରା ଅବସ୍ଥାରେ ଭାରିକୋଜ୍‌ ଭେନ୍‌କୁ ଠାବ କରାଯାଇଥାଏ। ଏହି ଭେନ୍‌ ପ୍ରାୟତଃ ସମସ୍ତଙ୍କ ପାଖେ ଦେଖାଯାଇ ନ ଥାଏ। ଏପରି ଭେନ୍‌ ସାଧାରଣ ଭେନ୍‌...

ବିଲୁପ୍ତି ପଥେ କାଳବୈଶାଖୀ

ଖରାଦିନର ଏକ ଉତ୍ତପ୍ତ ଅପରାହ୍ନ। ଧୁ ଧୁ ମୁଣ୍ଡଫଟା ଖରା, ପ୍ରବଳ ଗରମ, ଗୁଳୁଗୁଳି ଓ ଝାଞ୍ଜି ପବନରେ ଅତିଷ୍ଠ ସାଧାରଣ ଜନଜୀବନ। ପିଲାମାନେ ଯାଇଥାନ୍ତି...

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ।...

କେଉଁ ଦିଗକୁ ମୁହଁ କରି ଭୋଜନ କରିବା ଶୁଭ? ଜାଣନ୍ତୁ ମିଳିବ କି ଫଳ…

ହିନ୍ଦୁ ଧର୍ମରେ ପ୍ରତ୍ୟେକ କଥା ପାଇଁ କିଛି ନା କିଛି ନିୟମ ରହିଛି। ଏପରିକି ଭୋଜନ କରିବା ସମୟରେ ମଧ୍ୟ ଆମକୁ କିଛିଟା ନିୟମ ମାନିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri