ସାରା ବିଶ୍ୱରୁ କରୋନା ଭ୍ୟାକ୍ସିନ ପ୍ରତ୍ୟାହାର କଲା ଆଷ୍ଟ୍ରାଜେନେକା

ଲଣ୍ଡନ,୮।୫: ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ଆଷ୍ଟ୍ରାଜେନେକା କରୋନା ଭ୍ୟାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ସାରା ବିଶ୍ୱରେ ଉତ୍ତେଜନା ପ୍ରକାଶ ପାଇବା ପରେ କମ୍ପାନୀ ଏହାର କରୋନା ଟିକାକୁ ବିଶ୍ୱବ୍ୟାପୀ ପ୍ରତ୍ୟାହାର କରିବାକୁ ପଦକ୍ଷେପ ନେଇଛି। ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ସ୍ବୀକାର କରିଛି, ସେମାନଙ୍କର କୋଭିଶିଲ୍ଡ ଟିକା ବିରଳ ପାର୍ଶ୍ୱ ପ୍ରତିକ୍ରିୟା ହୋଇପାରେ। କୋଭିଶିଲ୍ଡ ଟିକା ଅନେକ ବିରଳ କ୍ଷେତ୍ରରେ ରକ୍ତ ଜମାଟ ବାନ୍ଧିବା ଏବଂ ପ୍ଲେଟ୍‌ଲେଟ୍‌ ହ୍ରାସ ହେବାର କାରଣ ମଧ୍ୟ ହୋଇପାରେ। କୋଭିଶିଲ୍ଡ ନାମକ ଭାରତରେ ସିରମ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ ଟିକା ହେଉଛି ଆଷ୍ଟ୍ରାଜେନେକାର ଫର୍ମୁଲା।
ଆଷ୍ଟ୍ରାଜେନେକା ହେଉଛି ଏକ ବ୍ରିଟେନ-ସୁଇଡେନ ମଲ୍ଟିନ୍ୟାଶନାଲ ଫାର୍ମାସ୍ୟୁଟିକାଲ ଆଣ୍ଡ ବାୟୋଟେକ୍ନୋଲୋଜି କମ୍ପାନୀ। ଏହି ଟିକାର ପାର୍ଶ୍ୱ ପ୍ରତିକ୍ରିୟା ରହିଥିବା କମ୍ପାନୀ ନିକଟରେ ବ୍ରିଟେନର ଏକ ଅଦାଲତରେ ସ୍ବୀକାର କରିଛି। ଆଷ୍ଟ୍ରାଜେନେକା ଟିକାର ପାର୍ଶ୍ୱ ପ୍ରତିକ୍ରିୟା ସ୍ବରୂପ ଜନସାଧାରଣଙ୍କ ପ୍ରାଣହାନି ହେଉଥିବା ଅଭିଯୋଗ କରି କମ୍ପାନୀ ବିରୋଧରେ ବ୍ରିଟେନ ଅଦାଲତରେ ଏବେ ୫୧ଟି ମାମଲାର ବିଚାର ଚାଲିଛି। ଏହି ମାମଲାର ଶୁଣାଣି ସମୟରେ କମ୍ପାନୀ ଏହାର ପାର୍ଶ୍ୱ ପ୍ରତିକ୍ରିୟା ଅଭିଯୋଗକୁ ସ୍ବୀକାର କରିଛି ଏବଂ ଜଣାଇଛି ଯେ, ଏହି ଟିକା ଥ୍ରମ୍ବୋସିସ ସହ ଥ୍ରମ୍ବୋସାଇଟୋପେନିଆ ସିଣ୍ଡ୍ରୋମ ସୃଷ୍ଟି କରିଥାଏ। ଏହାଦ୍ୱାରା ରକ୍ତ ଜମାଟ ବାନ୍ଧିଥାଏ ଓ ରକ୍ତରେ ପ୍ଲେଟଲେଟ ହ୍ରାସ ପାଇଥାଏ। ଏହାର ଲକ୍ଷଣଗୁଡ଼ିକ ହେଲା ପ୍ରବଳ ମୁଣ୍ଡବିନ୍ଧା, ପେଟରେ ଯନ୍ତ୍ରଣା, ଗୋଡ଼ ଫୁଲିବା, ନିଃଶ୍ୱାସରେ ସମସ୍ୟା ଦେଖାଦେବା ଓ କେତେକ ସ୍ନାୟବିକ ବିଲକ୍ଷଣ।
ଭାରତରେ କୋଭିଶିଲ୍ଡ ଟିକା ଉପତ୍ାଦନର ଲାଇସେନ୍ସଧାରୀ ସଂସ୍ଥା ହେଉଛି ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ। ତେବେ ଭାରତ ସରକାର କୌଣସି ବିଶେଷ ବିଚାରବିମର୍ଶ ନ କରି ବା ବିଶେଷଜ୍ଞଙ୍କ ମତାମତ ନ ନେଇ କୋଭିଡ ଟିକାକୁ ତରବରିଆ ଭାବେ ଭାରତରେ ପ୍ରୟୋଗ ପାଇଁ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?