୨୦୨୬ ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ସମୟ, ଫିଟିବ ବିବାହର ଯୋଗ!

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ବିବାହ କେବଳ ବୟସ କିମ୍ବା ଇଚ୍ଛା ଉପରେ ନୁହେଁ, ବରଂ ଗ୍ରହମାନଙ୍କର ଗୋଚର, ଶୁକ୍ର-ଗୁରୁଙ୍କ ସ୍ଥିତି ଏବଂ ଶନିଙ୍କ ପ୍ରଭାବ ଉପରେ ନିର୍ଭର କରିଥାଏ। ଆସନ୍ତା ୨୦୨୬ ମସିହାରେ ଗ୍ରହମାନଙ୍କର ଏପରି ଏକ ସଂଯୋଗ ବନୁଛି, ଯାହା କିଛି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିଙ୍କ ପାଇଁ ବିବାହର ପ୍ରବଳ ଯୋଗ ସୃଷ୍ଟି କରୁଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ୬ଟି ରାଶିର ଜାତକଧାରୀଙ୍କ ପାଇଁ ୨୦୨୬ ମସିହା ଶେହେନାଇ ବାଜିବାର ବର୍ଷ ସାବ୍ୟସ୍ତ ହେବ।

ଏହି ୬ଟି ରାଶିରେ ରହିଛି ଶୁଭ ଯୋଗ:
ବୃଷ ରାଶି: ୨୦୨୬ରେ ଶୁକ୍ରଙ୍କ ଅନୁକୂଳ ସ୍ଥିତି ଏବଂ ଗୁରୁଙ୍କ ଶୁଭ ଦୃଷ୍ଟି ଯୋଗୁଁ ବିବାହ ପ୍ରସ୍ତାବ ପକ୍କା ହୋଇପାରେ। ଯେଉଁମାନଙ୍କର ବିବାହ ଦୀର୍ଘ ଦିନରୁ ଟଳି ଯାଉଥିଲା, ସେମାନଙ୍କ ପାଇଁ ଅରେଞ୍ଜ ମ୍ୟାରେଜ୍‌ର ଭଲ ଯୋଗ ରହିଛି।

କର୍କ ରାଶି: ଗୁରୁଙ୍କ ସକାରାତ୍ମକ ପ୍ରଭାବ ଯୋଗୁଁ ପରିବାରର ସହଯୋଗ ମିଳିବ। ଯେଉଁମାନେ ପ୍ରେମ ସମ୍ପର୍କରେ ଅଛନ୍ତି, ସେମାନଙ୍କ ପାଇଁ ଏହି ବର୍ଷ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଶୁଭ ସଂକେତ ମିଳୁଛି।

କନ୍ୟା ରାଶି: ବିବାହରେ ହେଉଥିବା ବିଳମ୍ବ ଦୂର ହେବ। ଶନିଙ୍କ ବାଧା ହ୍ରାସ ପାଇବା ସହ ବର୍ଷର ଦ୍ୱିତୀୟାର୍ଦ୍ଧରେ ବିବାହ ନିଷ୍ପତ୍ତି ନିର୍ଣ୍ଣାୟକ ସାବ୍ୟସ୍ତ ହୋଇପାରେ।

ତୁଳା ରାଶି: ଶୁକ୍ର ଏବଂ ଗୁରୁଙ୍କ ଯୁଗ୍ମ ସହଯୋଗ କାରଣରୁ ହଠାତ୍ ବିବାହ ପ୍ରସ୍ତାବ ଆସିପାରେ। ପ୍ରେମ ବିବାହ ପାଇଁ ପରିବାରର ସମ୍ମତି ମିଳିବାର ସୁଯୋଗ ରହିଛି।

ମକର ରାଶି: ୩୦ ବର୍ଷ ପରେ ବିବାହ ପାଇଁ ଅପେକ୍ଷା କରିଥିବା ବ୍ୟକ୍ତିଙ୍କ ପାଇଁ ୨୦୨୬ ଅତ୍ୟନ୍ତ ଶୁଭ। ଶନିଙ୍କ ପ୍ରଭାବ ସନ୍ତୁଳିତ ରହିବା ଯୋଗୁଁ ଏକ ସ୍ଥିର ବିବାହ ଯୋଗ ବନୁଛି।

ମୀନ ରାଶି: ଗୁରୁଙ୍କ ସହଯୋଗରେ ଜୀବନସାଥୀ ଚୟନରେ ସ୍ପଷ୍ଟତା ଆସିବ। ସଠିକ୍ ସମୟରେ ଉପଯୁକ୍ତ ପାର୍ଟନର ମିଳିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri