ପାଗ ଠିକ୍‌ ରହେ ଏହି ଦିନ ପୃଥିବୀକୁ ଫେରିବେ ଶୁଭାଂଶୁ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ, ୧୨ା୭: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ୧୮ ଦିନ ରହିବା ପରେ ବାୟୁସେନା ଗ୍ରୁପ୍‌ କ୍ୟାପ୍ଟେନ ତଥା ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଆସନ୍ତା ୧୫ ତାରିଖ ଭାରତୀୟ ସମୟ ଅପରାହ୍ନ ୩ଟାରେ ଆକ୍ସିଓମ-୪ ମିଶନର ନିଜର ୩ ସାଥୀ କ୍ରିଉ ସଦସ୍ୟ ପେଗୀ ହ୍ବିଟ୍‌ସନ୍‌, ସ୍ଲାଓଜ୍‌ ଉଜ୍‌ନାନ୍‌ସ୍କୀ ଏବଂ ଟିବୋର କାପୁଙ୍କ ସହ ଆମେରିକାର ଫ୍ଲୋରିଡାସ୍ଥିତ କାଲିଫର୍ନିଆ ଉପକୂଳରେ ଅବତରଣ କରିବେ।

ନାସା ପକ୍ଷରୁ ଜାରି ସୂଚନା ଅନୁଯାୟୀ, ମିଶନର ୪ କ୍ରିଉ ସଦସ୍ୟ ଆସନ୍ତା ୧୪ ତାରିଖ ଭାରତୀୟ ସମୟ ଅପରାହ୍ନ ୪.୩୫ରେ ଆଇଏସ୍‌ଏସ୍‌ ଛାଡ଼ିବେ। ଅବତରଣ ପରେ ୪ ମହାକାଶଚାରୀ ଏକ ୭ ଦିନିଆ ରିହାବିଲିଟେଶନ୍‌ ପ୍ରୋଗ୍ରାମରେ ସାମିଲ ହେବେ। ଏହି କାର୍ଯ୍ୟକ୍ରମରେ ପୃଥିବୀର ଗୁରୁତ୍ୱାକର୍ଷଣ ସହ ଖାପ ଖୁଆଇବା ପାଇଁ ଜଣେ ଫ୍ଲାଇଟ ସର୍ଜନଙ୍କ ତତ୍ୱାବଧାନରେ ଶୁଭାଂଶୁଙ୍କୁ ତାଲିମ ଦିଆଯିବ ବୋଲି ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ) କହିଛି।

ଇସ୍ରୋର ଫ୍ଲାଇଟ ସର୍ଜନଙ୍କ ପକ୍ଷରୁ ଲଗାତର ଭାବେ ଶୁଭାଂଶୁଙ୍କ ସାମଗ୍ରିକ ସ୍ବାସ୍ଥ୍ୟ ଏବଂ ଫିଟନେସ୍‌ର ନିରନ୍ତର ଯାଞ୍ଚ୍‌ କରାଯାଉଛି। ଶୁଭାଂଶୁଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି ଏବଂ ତାଙ୍କ ମନୋବଳ ମଧ୍ୟ ଉଚ୍ଚ ରହିଥିବା ଇସ୍ରୋ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri