Posted inଜାତୀୟ

ମୋଦିଙ୍କ ଉପରେ ଅସୁର ଶକ୍ତି ସବାର ହୋଇଛି: ଅଧିର ରଞ୍ଜନ

ନୂଆଦିଲ୍ଲୀ,୧୯।୧୨: କଂଗ୍ରେସ ଏମପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ଅଧୀର ରଂଜନ ଚୌଧରୀ ନିଜକୁ ତଥା ବିରୋଧୀ ଦଳର ଏମପିମାନଙ୍କୁ ନିଲମ୍ବନ କରିଥିବାରୁ ମୋଦି ସରକାରଙ୍କୁ ସମାଲୋଚନା କରିଛନ୍ତି। ଚୌଧୁରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଅସୁର ଶକ୍ତି ଶବାର ହୋଇଛି, ସେଥିପାଇଁ ସେ ଏହା କରୁଛନ୍ତି।
ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ବେଳେ କହିଛନ୍ତି ଯେ ଲୋକମାନେ ମୋଦିଙ୍କ ଅହଂକାର ଦେଖୁଛନ୍ତି, ସୋମବାର ପାର୍ଲାମେଣ୍ଟରେ କ’ଣ ଘଟିଛି ଲୋକମାନେ ଦେଖିଛନ୍ତି। ଆମେ ମଧ୍ୟ ବଙ୍ଗାଲରେ ଯୁଦ୍ଧ କରୁଛୁ। ଆଗାମୀ ଦିନରେ ଭାରତରେ ମିଳିତ ମଞ୍ଚରେ କ’ଣ ଘଟିବ ତାହା ହାଇ କମାଣ୍ଡ ସ୍ଥିର କରିବେ।

ସୂଚନାଯୋଗ୍ୟ, ଅନୁପଯୁକ୍ତ ଆଚରଣ ତଥା ବେଞ୍ଚର ନିର୍ଦ୍ଦେଶକୁ ଅବମାନନା କରି ସୋମବାର ପାର୍ଲାମେଣ୍ଟରେ ମୋଟ ୭୮ ଏମପିଙ୍କୁ ନିଲମ୍ବିତ କରାଯାଇଛି। ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ରାଜ୍ୟ ସଭାରେ ୯୫ ଜଣ ଏମପି ଅଛନ୍ତି, ସେମାନଙ୍କ ମଧ୍ୟରୁ ୪୫ ଜଣଙ୍କୁ ସୋମବାର ନିଲମ୍ବିତ କରାଯାଇଛି। ଅନ୍ୟ ଏକ ସହଯୋଗୀ ଏମପି ତଥା ଏଏପି ନେତା ସଞ୍ଜୟ ସିଂ ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ବାର୍‌ ପଛରେ ଅଛନ୍ତି ଏବଂ ତାଙ୍କୁ ପୂର୍ବରୁ ନିଲମ୍ବିତ କରାଯାଇଛି।
ଅନ୍ୟପକ୍ଷରେ, ଲୋକ ସଭାରେ ବିରୋଧୀ ଦଳର ମୋଟ ୧୩୩ ଏମପି ଅଛନ୍ତି, ସେଥିମଧ୍ୟରୁ ୪୬ ଅର୍ଥାତ୍‌ ପ୍ରାୟ ଏକ ତୃତୀୟାଂଶ ନିଲମ୍ବିତ ହୋଇଛନ୍ତି। ଲୋକ ସଭାର ମୋଟ ୪୬ ନିଲମ୍ବିତ ଏମପିଙ୍କ ମଧ୍ୟରୁ ୩୩ ଜଣ ଏମପିଙ୍କୁ ସୋମବାର ନିଲମ୍ବିତ କରାଯାଇଥିବାବେଳେ ୧୩ ଜଣଙ୍କୁ ପୂର୍ବରୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri