ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ ପ୍ରୟାସରେ ଏୟାରଫୋର୍ସ Y ଗ୍ରୁପ ପରୀକ୍ଷାରେ ସାରା ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର କରି ସେ ନିଜ ଅଞ୍ଚଳ ସହ ଜିଲାର ନାମକୁ ଉଜ୍ଜ୍ୱଳ କରିଛନ୍ତି ।

ଗୋପବନ୍ଧୁ ଦାସ ଓ ନିବେଦିତା ଦାସଙ୍କ ପୁତ୍ର ସୌରଜ୍ୟୋତି ବର୍ତ୍ତମାନ ରେଭେନ୍ସା ବିଶ୍ବବିଦ୍ୟାଳୟରେ ଅଧ୍ୟୟନରତ ଥିବାବେଳେ ତାଙ୍କର +୨ ଶିକ୍ଷା Ravenshaw Higher Secondary Schoolରୁ ଏବଂ ଦଶମ ଶ୍ରେଣୀ ଆସୁରାଳୀ ଏସଏସଭିଏମ୍ ବିଦ୍ୟାଳୟରୁ ସମ୍ପୂର୍ଣ୍ଣ କରିଥିଲେ। ମାତ୍ର ୧୮ ବର୍ଷ ବୟସରେ ଏଭଳି ସଫଳତା ହାସଲ କରି ସେ ଯୁବପିଢ଼ୀଙ୍କ ପାଇଁ ଏକ ଆଦର୍ଶ ପାଲଟିଛନ୍ତି।
ଏହି ଅବସରରେ ଆସୁରାଳୀର ବିଶିଷ୍ଟ ସମାଜସେବୀ ସୂରଜ ସାହୁ ସୌରଜ୍ୟୋତିଙ୍କୁ ଭେଟି ପୁଷ୍ପଗୁଚ୍ଛ ପ୍ରଦାନ କରି ହୃଦୟରୁ ଅଭିନନ୍ଦନ ଜଣାଇଛନ୍ତି । ସୂରଜ ସାହୁ କହିଛନ୍ତି ଯେ, ଆଜିର ଯୁବ ସମାଜ ପାଇଁ ସୌରଜ୍ୟୋତିଙ୍କ ସଫଳତା ଏକ ପ୍ରେରଣାଦାୟକ ଉଦାହରଣ। କଠିନ ପରିଶ୍ରମ, ନିଷ୍ଠା ଓ ଦୃଢ଼ ଇଚ୍ଛାଶକ୍ତି ଥିଲେ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀମାନେ ମଧ୍ୟ ରାଜ୍ୟ ଓ ଜାତୀୟ ସ୍ତରରେ ସଫଳତା ହାସଲ କରିପାରିବେ ବୋଲି ସେ ମତ ପ୍ରକାଶ କରିଛନ୍ତି।
ସୂରଜ ସାହୁ ଆହୁରି କହିଛନ୍ତି ଯେ, ଅସୁରାଳୀ ଭଳି ଗ୍ରାମାଞ୍ଚଳରୁ ଏଭଳି ମେଧାବୀ ଯୁବକଙ୍କ ଉଦୟ ଅଞ୍ଚଳର ଶିକ୍ଷା ଓ ପ୍ରତିଭାର ପରିଚୟ ବହନ କରୁଛି । ଭବିଷ୍ୟତରେ ସୌରଜ୍ୟୋତି ଦେଶସେବାରେ ନିଜକୁ ସମର୍ପିତ କରି ଆହୁରି ଅନେକ ସଫଳତା ଅର୍ଜନ କରିବେ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି। ଏହି ସଫଳତା ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?